ଜୀବନଟା କେତେ ଲମ୍ବା ହେବ ତା ଆମ ହାତରେ ନାହିଁ କିନ୍ତୁ ଜୀବନଟା କେମିତି ହେବ ତା ଆମ ହାତରେ ଅଛି । ଇଶ୍ୱରଙ୍କ ସୃଷ୍ଟିରେ ନିଜକୁ ଶ୍ରେଷ୍ଠ ବୋଲାଉଥିବାଆମେ ମଣିଷମାନେ ଆଜିର ଦିନରେ ନିଜ ସ୍ୱାର୍ଥ ସାଧନରେ ଲାଗିପଡ଼ିଛନ୍ତି । କ୍ୱଚିତ୍ ଲୋକ ଅଛନ୍ତି ଯେଉଁମାନେ ନିଜସହ ମଣିଷ ସମାଜର କଥା ଭାବନ୍ତି, ଆଉନିଜର ବଳିଷ୍ଠ ଯୋଗଦାନ ମାଧ୍ୟମରେ ଅନେକଙ୍କର ଜୀବନକୁ କରିଦିଅନ୍ତି ସହଜ ।
ଏମିତି ଜଣେ ବିକ୍ତିତ୍ୱ ହେଲେ ଆଶିଷ ମାହାନା, ପେଷାରେ ଜଣେ ଇଂଜିନିୟର ଭାବେ କାମ କରୁଥିବା ଆଶିଷଙ୍କ ନିଶା କିନ୍ତୁ ନୂଆ ନୂଆ ଉଦ୍ଭାବନ, ଯାହା ଅନ୍ୟରଜୀବନକୁ ସହଜ କରିବାରେ ସାହାଯ୍ୟ କରିବ । ପେଶାରେ ରହି ନିଜ ଉଦ୍ଭାବନ ପାଇଁ ଉପଯୁକ୍ତ ସମୟ ଦେଇନପାରିବାରୁ ଇଂଜିନିୟରିଂରୁ ସନ୍ୟାସ ନେଲେଆଷିଶ । ତାଙ୍କଦ୍ୱାରା ନିକଟରେ ପ୍ରସ୍ତୁତ ହୋଇଥିବା ସ୍ମାର୍ଟ ଷ୍ଟିକ୍ ଦୃଷ୍ଟିହୀନ ଲୋକଙ୍କ ପାଇଁ ବରଦାନ କହିଲେ ଅତ୍ୟୁ୍କ୍ତି ହେବନାହିଁ । ଏହାକୁ ଏମିତି ଭାବେଡ଼ିଜାଇନ୍ କରାଯାଇଛି ଯେ ଜଣେ ଦୃଷ୍ଟିହୀନ ଲୋକ ପାଇଁ ଏହା ଗାଇଡ଼୍ ଭଳି ସହାଯ୍ୟ କରିବ ଫଳରେ ଯିବାଆସିବା ପାଇଁ ଏମାନଙ୍କ ଆଉ ଅନ୍ୟ ଉପରେ ନିର୍ଭରକରିବାକୁ ପଡ଼ିବ ନାହିଁ ।
ପିଲାବେଳୁ ବିଜ୍ଞାନ ପ୍ରତି ମୋର ଅହେତୁକ ଆଗ୍ରହ ଥିଲା, ତେଣୁ ମୋ ପକେଟ୍ରେ ସବୁବେଳେ ଗୋଟେ ଟେଷ୍ଟର ଓ ସ୍କ୍ରୁ ଡ଼୍ରାଇଭର ରଖିବାକୁ ମୁଁ ପସନ୍ଦ କରୁଥିଲି ।ମୋତେ ମିଳୁଥିବା ପକେଟ୍ ମନିରୁ ମୁଁ ମୋଟର, ଫିତା, ତାର ଭଳି ଉପକରଣ ଆଣି ନୂଆ ନୂଆ ଉଦ୍ଭାବନ ପାଇଁ ଚେଷ୍ଟା କରୁଥିଲି । କମ୍ ଖର୍ଚ୍ଚରେ ଏହାକୁ ପ୍ରସ୍ତୃତକରିବାକୁ ବିଭିନ୍ନ ସ୍ଥାନରୁ ସଗୃହିତ ପୁରୁଣା ପାର୍ଟସ୍ ଗୁଡ଼ିକ ବ୍ୟବହାର କରେ, ଅନେକ ସମୟରେ ସଫଳ ମଧ୍ୟ ହୁଏ ବୋଲି ଆଶିଷ କୁହନ୍ତି ।
୪୬ ବର୍ଷ ବୟଷ୍କ ଆଶିଷ ମାହାନା ସମ୍ବଲପୁର ଜିଲ୍ଳା, ସଲଦ୍ ପଞ୍ଚାୟତ ଅର୍ନଗତ ନୂଆ ରାମ୍ପେଲା ଗାଁର ଅଧିବାସୀ । ଅପରେସନାଲ୍ ମେନେଜମେଣ୍ଟରେ ଏମବିଏ୍ କରିବା ସହ ଟେଲି କମ୍ୟୁନିକେସନ୍, ଇଲେକଟ୍ରୋନିକ୍ସ, କମ୍ପୁଟର ହାର୍ଡ଼ୱେୟାର ବିଷୟ ଗୁଡ଼ିକରେ ଡ଼ିପ୍ଲୋମା ମଧ୍ୟ କରିଛନ୍ତି । ହିଣ୍ଡାଲକୋ ଇଣ୍ଡଟ୍ରିଜ୍ରେ ଆସିଷ୍ଟାଣ୍ଡଇଂଜିନିୟର ଭାବେ ଉତ୍ତମ ବେତନରେ ଚାକିରି କରୁଥିଲେ ହେଁ ଦୃଷ୍ଟିହୀନ ଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ତଆରି କରିବାର ନିଶା ପାଇଁ ୨୦୨୩ ରେ ଚାକିରିରୁସନ୍ୟାସ ନେଇଥିଲେ ଆଶିଷ । ଆଉ ତାପରେ ନିଜ ଉଦ୍ଭାବନା ପାଇଁ ଅବିରତ ଚେଷ୍ଟାରେ ଲାଗିପଡ଼ିଛନ୍ତି ସେ । ଆଉ ପଳସ୍ୱରୁପ ତାଙ୍କର ସ୍ୱପ୍ନର ପ୍ରକଳ୍ପ ଦୃଷ୍ଟିହୀନଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ବନେଇବାରେ ସଫଳ ହୋଇଛନ୍ତି ସେ ।
୨୦୦୯ ମସିହାର କଥା ମୁଁ ଯେତେବେଳେ ମୋ କାମରେ ବାହାରିଥାଏ ମୁଁ ଦେଖିବାକୁ ପାଇଲି ଜଣେ ଦୃଷ୍ଟିହୀନ ବ୍ୟକ୍ତି ରାସ୍ତା ପାରିହେବାକୁ ଅନେକ ସଂଘର୍ଷକରୁଛନ୍ତି ଯାହା ମୋତେ ଆନ୍ଦୋଳିତ କରିଥିଲା, ମୁଁ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କଲି ସତ କିନ୍ତୁ ଏ ଘଟଣା ପରଠୁ ଦୃଷ୍ଟିହୀନ ଲୋକଙ୍କୁ ମୁଁ କେମିତିସାହାଯ୍ୟ କରିପାରିବି ସେ ପ୍ରଚେଷ୍ଟାରେ ଲାଗିପଡ଼ିଲି । ଆଉ ଫଳସ୍ୱରୁପ ଏକ ସ୍ମାର୍ଟ ସ୍ଟିକ୍ ତିଆରି କରିବାରେ ସଫଳ ହେଲି ଯାହା ଦୃଷ୍ଟହୀନ ଲୋକଙ୍କୁ ବିନାକାହାର ସାହାଯ୍ୟରେ ରାସ୍ତାରେ ଚଳପ୍ରଚଳ କରିବାକୁ ସାହାଯ୍ୟ କରିବ । ଏଇ ସ୍ମାର୍ଟ ଷ୍ଟିକ୍ ତିଆରି କରିସାରିବା ପରେ ମୁଁ ପ୍ରଥମେ ଏହାକୁ ନିଜ ସହରର ଜଣେଦୃଷ୍ଟିହୀନ ବ୍ୟକ୍ତିଙ୍କୁ ବ୍ୟବହାର ପାଇଁ ଦେଲି ଓ ତାଙ୍କ ମତାମତ ଆଧାରରେ ଏଥିରେ ପରିବର୍ତ୍ତନ କରି ଏଥିରେ ରହୁଥିବା ତ୍ରୃଟିକୁ ସଜାଡ଼ିଲି, ଏହା ଏବେ ବ୍ୟବହାରପାଇଁ ପୁରା ପ୍ରସ୍ତୃତ ବୋଲି ଆଶିଷ କୁହନ୍ତି ।
ଆଶିଷ ମାହାନା ଦୃଷ୍ଟିହୀନ ବ୍ୟକ୍ତିଙ୍କ ଚଳପ୍ରଚଳକୁ ସହଜ କରିବା ପାଇଁ ଉଭୟ ଇନ୍ଡ଼ୋର ଓ ଆଉଟ୍ ଡ଼ୋର୍ ଡ଼ିଭାଇସ୍ ପ୍ରସ୍ତୃତ କରିଛନ୍ତି । ଆଉଟ୍ଡ଼ୋର୍ ପାଇଁପ୍ରସ୍ତୃତ ହୋଇଥିବା ସ୍ମାର୍ଟ ସ୍ଟିକ୍ଟି ଜି.ପି.ଏସ୍ ଦ୍ୱାରା ପରିଚାଳିତ ଯାହା ୫ ଫୁଟ୍ ଦୁରରୁ ଆସୁଥିବା ବାଧା ବିଷୟରେ ସୁଚନା ଦେବ ଭାଇବ୍ରେସନ୍ ମାଧ୍ୟମରେ ।ସେହିଭଳି ଇନ୍ଡ଼ୋର୍ରେ ମଧ୍ୟ ଏକ ମଲ୍ଟି ସେନ୍ସର ଡ଼ିଭାଇସ୍ ପ୍ରସ୍ତୃତ ହୋଇଛି ଯାହା ଦୃଷ୍ଟିହୀନ ବ୍ୟକ୍ତିଙ୍କ ସୁରକ୍ଷିତ ଚଳପ୍ରଚଳ ପାଇଁ ବିଶେଷ ଭାବରେ ସାହାଯ୍ୟକରିବ ଏବଂ କବାଟ ଓ ଝରକା ଥିବା ସ୍ଥାନ ସମ୍ପର୍କରେ ସୁଚନା ଦେବ ।
ମାହାନାଙ୍କର ଏଇ ଉଦ୍ଭାବନ ସମ୍ବଲପୁର ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ସତପଥିଙ୍କ ଦୃଷ୍ଟି ଆକର୍ଷଣ କଲା ସେ ମଧ୍ୟ ଏଇ ପ୍ରଚେଷ୍ଟାକୁ ବେଶ୍ ପ୍ରଶଂସାକରିଛନ୍ତି । ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ କାର୍ଯ୍ୟାଳୟ ଏଇ ପାଇଲଟ୍ ପ୍ରକଳ୍ପକୁ ଅନୁମୋଦନ କରିଛି ଫଳରେ ଏହାକୁ ସ୍ଥାନୀୟ ବିଦ୍ୟାଳୟର୧୦ ଜଣ ଛାତ୍ରଙ୍କୁ ଏଇ ଷ୍ଟିକ୍ ପ୍ରଦାନ କରାଯାଇଛି, ଯାହାର ଫଳାଫଳ ଭଲ ଆସିଲେ ଆଗାମୀ ଦିନମାନଙ୍କରେ ଏହାର ବ୍ୟାପକ ବ୍ୟବହାର ପାଇଁ ଚିନ୍ତାକରାଯାଇପାରିବ । ରାଜ୍ୟର ପ୍ରଥମ ଦୃଷ୍ଟିହୀନ ଓଏସ୍ ଅଫିସର ସଞ୍ଜୟ ବେହେରା ଏହାକୁ ବ୍ୟବହାର କରି ଖୁସୀଥିବା କଥା ତାଙ୍କ ଟ୍ୱିଟରରେ ପ୍ରକାଶ କରିଛନ୍ତି ।
ପ୍ରତିଦିନ ମୁଁ ଉଦ୍ଭାବନ ଗୁଡ଼ିକର ବିକାଶ ପାଇଁ କାମକରେ, ଆଗକୁ ମୋର ଲକ୍ଷ୍ୟ ରହିଛି ପତିରକ୍ଷା,ଅନୁସନ୍ଦାନ ସଂସ୍ଥା ଡ଼ିଆରଡ଼ିଓ ସହ କାମକରିବି ଫଳରେଦେଶପାଇଁ ମୁଁ କିଛି ଯୋଗଦାନ ଦେଇପାରିବି ବୋଲି ଆଶିଷ କୁହନ୍ତି ।
୧୯୯୨ ମସିହାରୁ ଆଶିଷ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଉଦ୍ଭାବନ ଯାହା ଲୋକଙ୍କ ହିତରେ ଲାଗିସାରିଛି ଓ ଏହାପାଇଁ ତାଙ୍କୁ ଅନେକଥର ସମ୍ମାନିତ ମଧ୍ୟ କରାଯାଇଛି। ଏବେ ସେ ବିଭିନ୍ନ ଅନୁଷ୍ଠାନ ମାନଙ୍କରୁ ତାଙ୍କୁ ନିମନ୍ତ୍ରଣ ଆସୁଛି ଫଳରେ ସେ ତାଙ୍କ ଉଦ୍ଭାବନ ସମ୍ପର୍କରେ ପିଲାଙ୍କୁ ସଚେତନ ମଧ୍ୟ କରୁଛନ୍ତି । ସମାଜ ପାଇଁତାଙ୍କର ଏଇ ଉଦ୍ଭାବନ ସବୁଯେ ବେଶ୍ ସହାୟକ ଏଥିରେ ସନ୍ଦେହର ଅବକାଶ ନାହିଁ । ଆଶିଷ ମାହାନାଙ୍କୁ ଆମ ତରଫରୁ ଅନେକ ଅନେକ ସାଧୁବାଦ ।