• ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
  • ବିଭାଗ
    • ସଶକ୍ତିକରଣ
    • ଭିଡିଓ କାହାଣୀ
    • ପରିବେଶ
    • ସଂରକ୍ଷଣ
    • ଅସାଧାରଣ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
BRIGHT, BRAVE and BEAUTIFUL stories from Odisha
ଅସାଧାରଣ

ଦିବ୍ୟାଙ୍ଗ ଝିଅ ନୁଆରୀଙ୍କ ଜୀବନ ପାଲଟିଛି ଅନ୍ୟମାନଙ୍କ ପାଇଁ ଉଦାହରଣ

No Comments
February 13, 2023
2 Mins read
313 Views
Nuari-Pradhan

ସୁଖ ଦୁଃଖ ର ଏ ଜୀବନ ଏକ ସଂଘର୍ଷ ଆଉ ଏ ଜୀବନ ଯୁଦ୍ଧରେ ସିଏ ହିଁ ହୁଏ ବିଜୟୀ ଯାହା ପାଖରେ ସେତେ ସବୁ ପ୍ରତିକୂଳ ସ୍ଥିତିରେ ବି ଥାଏ ଦୃଢ ଆତ୍ମବିଶ୍ଵାସ ଏବଂ କିଛି କରି ଦେଖାଇବାର ନିଷ୍ଠା !! କନ୍ଧମାଳ ଜିଲ୍ଲା ର ଦିବ୍ୟାଙ୍ଗ ଝିଅ ଟିଏ ନୁଆରୀର କାହାଣୀରୁ ଏକଥା ବେଶ ହୃଦୟଙ୍ଗମ କରି ହୁଏ ।

କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀଠାରୁ ପ୍ରାୟ 100 କିଲୋମିଟର ଦୂରରେ ରହିଛି ଦାରିଙ୍ଗବାଡ଼ି ବ୍ଲକ। ଆଉ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟଠାରୁ 50 କିଲୋମଟିର ଦୂରରେ ଅବସ୍ଥିତ ଆଦିବାସୀ ଅଧ୍ୟୁଷିତ ଡାହୁ ଗାଁ । ବଣ ପାହାଡ଼ ଘେରା ଡାହୁ ଗାଁର ଏକ ପଡ଼ାରେ ନୁଆରୀ ପ୍ରଧାନର ଘର । ଛୋଟ ବୟସରୁ ବାପା-ମାଆଙ୍କୁ ହରାଇବା ପରେ ଅସୁସ୍ଥ ହୋଇ ପଡ଼ିଥିବା ନୁଆରୀ ମଧ୍ୟ ଧୀରେ ଧୀରେ କହିବା ଓ ଶ୍ରବଣ ଶକ୍ତି ହରାଇ ବସିଥିଲା । ଅସହାୟ ନୁଆରୀ ପାଇଁ ସେତେବେଳେ ସାହା ଥିଲେ ତାର ବଡ଼ ଭଉଣୀ।

ବାଲିଗୁଡ଼ା ଆଶ୍ରମ ବିଦ୍ୟାଳୟରେ ମାତ୍ର ଷଷ୍ଠ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ି ଥିବା ନୁଆରୀ ପାଇଁ ବଡ଼ ଭଉଣୀର ବିବାହ ପରେ ଘରେ ଏକୁଟିଆ ଅସହାୟ ଏବଂ ଅସୁରକ୍ଷିତ ପରିବେଶରେ ରହିବା କଷ୍ଟକର ଥିଲା । ପରେ ନିଜ ସମ୍ପର୍କୀୟ ଏବଂ ସ୍ଥାନୀୟ ଏମ୍.ବି.କେ ଙ୍କ ସହଯୋଗରେ ପ୍ରଥମେ ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ଏବଂ ପରେ ଭୁବନେଶ୍ୱରରେ ଥିବା ସାହାନା କମ୍ପାନିର ଡିଡିୟୁ-ଜିକେଓ୍ୱାଇ ତାଲିମ କେନ୍ଦ୍ରରେ ତାଲିମ ନେବାକୁ ପହଞ୍ଚିଥିଲା ସେଠାରେ । ସାହାନାରେ ସେ ଆଇ.ଏସ୍.ଏମ୍.ଓ ଟ୍ରେଡରେ ସିଲାଇ ମେସିନ ଚଳାଇବା ତାଲିମ ନେବା ସହ ସଫଟ୍ ସ୍କିଲ ଏବଂ ଅନ୍ୟ ଆନୁଷଙ୍ଗିକ ବିଷୟ ଗୁଡ଼ିକରେ ମଧ୍ୟ ଶିକ୍ଷା ଲାଭ କଲା। ଅନ୍ୟ ପ୍ରଶିକ୍ଷାର୍ଥୀ ମାନଙ୍କଠାରୁ ନୁଆରୀ କିନ୍ତୁ ଥିଲା ଭିନ୍ନ । ତାଲିମ ସମୟରେ ତାର ଦୃଢ ଆତ୍ମବିଶ୍ୱାସ ନୁଆରୀକୁ ଅଚିରେ ବେଶ୍ ପାରଙ୍ଗମ କରିଦେଲା । ଏପରିକି ନୁଆରୀ ଭଳି ଜଣେ ଦିବ୍ୟାଙ୍ଗ ଝିଅକୁ ତାଲିମ ଦେବା ସେତେଟା କଷ୍ଟକର ନ ଥିଲା ବୋଲି କହନ୍ତି ସାହାନା ତାଲିମ କେନ୍ଦ୍ରର ଟ୍ରେନର ।

ଏକଦା ଏକୁଟିଆ ବାହାରକୁ ଯିବା ସୁରକ୍ଷିତ ମଣୁନଥିବା ନୁଆରୀ ତାଲିମ ପରେ ଚାକିରି ପାଇଁ ଯାଇଥିଲା ତାଲିମନାଡୁର କୋଏମ୍ୱାଟୁରରେ ଥିବା ସାହାନ କ୍ଲଥିଂ କମ୍ପାନିକୁ। ସେଠାରେ ନିଷ୍ଠା ଏବଂ ପରିଶ୍ରମ କରି  ନିଜ ଦକ୍ଷତାର ପରିଚୟ ଦେଖାଇଥିଲା ନୁଆରୀ । ମାସକୁ ଭଲ ଦରମା ମଧ୍ୟ ମିଳିଲା ତାକୁ । ଏବେ ନୁଆରୀକୁ ନେଇ ବେଶ ଖୁସି ତାର ପରିବାର, ସାହି ପଡ଼ିଶା ଏବଂ ସ୍ଥାନୀୟ ଏମ୍.ବି.କେ ।

ନୁଆରୀକୁ ନେଇ କେବଳ ଯେ ତାର ଗାଁ ଲୋକ ଗର୍ବ ଅନୁଭବ କରୁଛନ୍ତି ତା ନୁହେଁ, ତାର ଏଭଳି ସଫଳତା ପାଇଁ ତାକୁ ଉଚ୍ଚ ପ୍ରଂଶସିତ କରିଛି ଜିଲ୍ଲା ପ୍ରଶାସନ । ନୁଆରୀର ଜୀବନ ସଂଘର୍ଷ ଆଉ ସଫଳତା ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାର ଯୁବପୀଢ଼ିମାନଙ୍କ ଏକ ପ୍ରେରଣା ।

Shares
Write Comment
Leave a Reply Cancel reply

Your email address will not be published. Required fields are marked *

Previous Post

ଗରିବ ରୋଗୀମାନଙ୍କ କ୍ଷୁଧା ମେଣ୍ଟାଉଛନ୍ତି ରାମଦାସ

Next Post

ଯୁବ ଉଦ୍ଯୋଗୀ ଦେଖାଉଛନ୍ତି ହ୍ଯାକିଂର ନୂଆ ଦୃଷ୍ଟିକୋଣ

You might also like
ramjit-sanali-digitization
ଅସାଧାରଣ

ସାନ୍ତାଳି ଭାଷାର ଡିଜିଟାଇଜେସନରେ ସମର୍ପିତ ରାମଜିତ

3 Mins read
October 22, 2024

ଭାଷା କେବଳ ଏକ ଯୋଗାଯୋଗର ମାଧ୍ୟମ ନୁହେଁ; ଏହା ସଂସ୍କୃତି, ଆବେଗ, ଏବଂ ସାମୁଦାୟିକ ଇତିହାସର ମଧ୍ୟ ବାହକ। କିନ୍ତୁ କାଳଗର୍ଭରେ ଅନେକ ପୁରାତନ ଜନଜାତିଙ୍କ ଭାଷା ଧୀରେ ଧୀରେ ବିଲୁପ୍ତ ହେବାକୁ ଲାଗିଛି, ସେଥିପାଇଁ ସେଗୁଡ଼ିକୁ ସୁରକ୍ଷିତ ରଖିବାର ଆବଶ୍ୟକତା ବଢିଛି । ଏହାର ଗୁରୁତ୍ୱକୁ ଉପଲବ୍ଧି କରିପାରି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା ଗୋବିନ୍ଦପୁରର ୨୮ ବର୍ଷୀୟ ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର ରାମଜିତ ଟୁଡୁ ସାନ୍ତାଳି ଭାଷାକୁ ଡିଜିଟାଲ୍ ଯୁଗରେ ମଧ୍ୟ ବଂଚାଇ ରଖିବା ପାଇଁ …

gadget
ଅସାଧାରଣ

ଉଦ୍ଭାବନ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ କରିବାର ସଙ୍କଳ୍ପ ନେଇଛନ୍ତି ଆଶିଷ

1 Min read
October 8, 2024

ଜୀବନଟା କେତେ ଲମ୍ବା ହେବ ତା ଆମ ହାତରେ ନାହିଁ କିନ୍ତୁ ଜୀବନଟା କେମିତି ହେବ ତା ଆମ ହାତରେ ଅଛି । ଇଶ୍ୱରଙ୍କ ସୃଷ୍ଟିରେ ନିଜକୁ ଶ୍ରେଷ୍ଠ ବୋଲାଉଥିବାଆମେ ମଣିଷମାନେ ଆଜିର ଦିନରେ ନିଜ ସ୍ୱାର୍ଥ ସାଧନରେ ଲାଗିପଡ଼ିଛନ୍ତି । କ୍ୱଚିତ୍ ଲୋକ ଅଛନ୍ତି ଯେଉଁମାନେ ନିଜସହ ମଣିଷ ସମାଜର କଥା ଭାବନ୍ତି, ଆଉନିଜର ବଳିଷ୍ଠ ଯୋଗଦାନ ମାଧ୍ୟମରେ ଅନେକଙ୍କର ଜୀବନକୁ କରିଦିଅନ୍ତି ସହଜ । ଏମିତି ଜଣେ ବିକ୍ତିତ୍ୱ ହେଲେ ଆଶିଷ ମାହାନା, ପେଷାରେ ଜଣେ ଇଂଜିନିୟର ଭାବେ କାମ କରୁଥିବା ଆଶିଷଙ୍କ ନିଶା କିନ୍ତୁ ନୂଆ ନୂଆ ଉଦ୍ଭାବନ, ଯାହା ଅନ୍ୟରଜୀବନକୁ ସହଜ କରିବାରେ ସାହାଯ୍ୟ କରିବ । ପେଶାରେ ରହି ନିଜ ଉଦ୍ଭାବନ ପାଇଁ ଉପଯୁକ୍ତ ସମୟ ଦେଇନପାରିବାରୁ ଇଂଜିନିୟରିଂରୁ ସନ୍ୟାସ ନେଲେଆଷିଶ । ତାଙ୍କଦ୍ୱାରା ନିକଟରେ ପ୍ରସ୍ତୁତ ହୋଇଥିବା ସ୍ମାର୍ଟ ଷ୍ଟିକ୍ ଦୃଷ୍ଟିହୀନ ଲୋକଙ୍କ ପାଇଁ ବରଦାନ କହିଲେ ଅତ୍ୟୁ୍‌କ୍ତି ହେବନାହିଁ । ଏହାକୁ ଏମିତି ଭାବେଡ଼ିଜାଇନ୍ କରାଯାଇଛି ଯେ ଜଣେ ଦୃଷ୍ଟିହୀନ ଲୋକ ପାଇଁ ଏହା ଗାଇଡ଼୍ ଭଳି ସହାଯ୍ୟ କରିବ ଫଳରେ ଯିବାଆସିବା ପାଇଁ ଏମାନଙ୍କ ଆଉ ଅନ୍ୟ ଉପରେ ନିର୍ଭରକରିବାକୁ ପଡ଼ିବ ନାହିଁ । ପିଲାବେଳୁ ବିଜ୍ଞାନ ପ୍ରତି ମୋର ଅହେତୁକ ଆଗ୍ରହ ଥିଲା, ତେଣୁ ମୋ ପକେଟ୍‌ରେ ସବୁବେଳେ ଗୋଟେ ଟେଷ୍ଟର ଓ ସ୍କ୍ରୁ ଡ଼୍ରାଇଭର ରଖିବାକୁ ମୁଁ ପସନ୍ଦ କରୁଥିଲି ।ମୋତେ ମିଳୁଥିବା ପକେଟ୍ ମନିରୁ ମୁଁ ମୋଟର, ଫିତା, ତାର ଭଳି ଉପକରଣ ଆଣି ନୂଆ ନୂଆ ଉଦ୍ଭାବନ ପାଇଁ ଚେଷ୍ଟା କରୁଥିଲି । କମ୍ ଖର୍ଚ୍ଚରେ ଏହାକୁ ପ୍ରସ୍ତୃତକରିବାକୁ ବିଭିନ୍ନ ସ୍ଥାନରୁ ସଗୃହିତ ପୁରୁଣା ପାର୍ଟସ୍ ଗୁଡ଼ିକ ବ୍ୟବହାର କରେ, ଅନେକ ସମୟରେ ସଫଳ ମଧ୍ୟ ହୁଏ ବୋଲି ଆଶିଷ କୁହନ୍ତି । ୪୬ ବର୍ଷ ବୟଷ୍କ ଆଶିଷ ମାହାନା  ସମ୍ବଲପୁର ଜିଲ୍ଳା, ସଲଦ୍ ପଞ୍ଚାୟତ ଅର୍ନଗତ ନୂଆ ରାମ୍ପେଲା ଗାଁର ଅଧିବାସୀ । ଅପରେସନାଲ୍ ମେନେଜମେଣ୍ଟରେ ଏମବିଏ୍  କରିବା ସହ ଟେଲି କମ୍ୟୁନିକେସନ୍‌, ଇଲେକଟ୍ରୋନିକ୍ସ, କମ୍ପୁଟର ହାର୍ଡ଼ୱେୟାର ବିଷୟ ଗୁଡ଼ିକରେ ଡ଼ିପ୍ଲୋମା ମଧ୍ୟ କରିଛନ୍ତି । ହିଣ୍ଡାଲକୋ ଇଣ୍ଡଟ୍ରିଜ୍‌ରେ ଆସିଷ୍ଟାଣ୍ଡଇଂଜିନିୟର ଭାବେ ଉତ୍ତମ ବେତନରେ ଚାକିରି କରୁଥିଲେ ହେଁ ଦୃଷ୍ଟିହୀନ ଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ତଆରି କରିବାର ନିଶା ପାଇଁ ୨୦୨୩ ରେ ଚାକିରିରୁସନ୍ୟାସ ନେଇଥିଲେ ଆଶିଷ । ଆଉ ତାପରେ ନିଜ ଉଦ୍ଭାବନା ପାଇଁ ଅବିରତ ଚେଷ୍ଟାରେ ଲାଗିପଡ଼ିଛନ୍ତି ସେ । ଆଉ ପଳସ୍ୱରୁପ ତାଙ୍କର ସ୍ୱପ୍ନର ପ୍ରକଳ୍ପ ଦୃଷ୍ଟିହୀନଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ବନେଇବାରେ ସଫଳ ହୋଇଛନ୍ତି ସେ ।   ୨୦୦୯ ମସିହାର କଥା ମୁଁ ଯେତେବେଳେ ମୋ କାମରେ ବାହାରିଥାଏ ମୁଁ ଦେଖିବାକୁ ପାଇଲି ଜଣେ ଦୃଷ୍ଟିହୀନ ବ୍ୟକ୍ତି ରାସ୍ତା ପାରିହେବାକୁ ଅନେକ ସଂଘର୍ଷକରୁଛନ୍ତି ଯାହା ମୋତେ ଆନ୍ଦୋଳିତ କରିଥିଲା, ମୁଁ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କଲି ସତ କିନ୍ତୁ ଏ ଘଟଣା ପରଠୁ ଦୃଷ୍ଟିହୀନ ଲୋକଙ୍କୁ ମୁଁ କେମିତିସାହାଯ୍ୟ କରିପାରିବି ସେ ପ୍ରଚେଷ୍ଟାରେ ଲାଗିପଡ଼ିଲି । ଆଉ ଫଳସ୍ୱରୁପ ଏକ ସ୍ମାର୍ଟ ସ୍ଟିକ୍ ତିଆରି କରିବାରେ ସଫଳ ହେଲି ଯାହା ଦୃଷ୍ଟହୀନ ଲୋକଙ୍କୁ ବିନାକାହାର ସାହାଯ୍ୟରେ ରାସ୍ତାରେ ଚଳପ୍ରଚଳ କରିବାକୁ ସାହାଯ୍ୟ କରିବ । ଏଇ ସ୍ମାର୍ଟ ଷ୍ଟିକ୍ ତିଆରି କରିସାରିବା ପରେ ମୁଁ ପ୍ରଥମେ ଏହାକୁ ନିଜ ସହରର ଜଣେଦୃଷ୍ଟିହୀନ ବ୍ୟକ୍ତିଙ୍କୁ ବ୍ୟବହାର ପାଇଁ ଦେଲି ଓ ତାଙ୍କ ମତାମତ ଆଧାରରେ ଏଥିରେ ପରିବର୍ତ୍ତନ କରି ଏଥିରେ ରହୁଥିବା ତ୍ରୃଟିକୁ ସଜାଡ଼ିଲି, ଏହା ଏବେ ବ୍ୟବହାରପାଇଁ ପୁରା ପ୍ରସ୍ତୃତ ବୋଲି ଆଶିଷ କୁହନ୍ତି । ଆଶିଷ ମାହାନା ଦୃଷ୍ଟିହୀନ ବ୍ୟକ୍ତିଙ୍କ ଚଳପ୍ରଚଳକୁ ସହଜ କରିବା ପାଇଁ ଉଭୟ ଇନ୍‌ଡ଼ୋର ଓ ଆଉଟ୍ ଡ଼ୋର୍ ଡ଼ିଭାଇସ୍ ପ୍ରସ୍ତୃତ କରିଛନ୍ତି । ଆଉଟ୍‌ଡ଼ୋର୍ ପାଇଁପ୍ରସ୍ତୃତ ହୋଇଥିବା ସ୍ମାର୍ଟ ସ୍ଟିକ୍‌ଟି ଜି.ପି.ଏସ୍ ଦ୍ୱାରା ପରିଚାଳିତ ଯାହା ୫ ଫୁଟ୍ ଦୁରରୁ ଆସୁଥିବା ବାଧା ବିଷୟରେ ସୁଚନା ଦେବ ଭାଇବ୍ରେସନ୍ ମାଧ୍ୟମରେ ।ସେହିଭଳି ଇନ୍‌ଡ଼ୋର୍‌ରେ ମଧ୍ୟ ଏକ ମଲ୍ଟି ସେନ୍ସର ଡ଼ିଭାଇସ୍ ପ୍ରସ୍ତୃତ ହୋଇଛି ଯାହା ଦୃଷ୍ଟିହୀନ ବ୍ୟକ୍ତିଙ୍କ ସୁରକ୍ଷିତ ଚଳପ୍ରଚଳ ପାଇଁ ବିଶେଷ ଭାବରେ ସାହାଯ୍ୟକରିବ  ଏବଂ କବାଟ ଓ ଝରକା ଥିବା ସ୍ଥାନ ସମ୍ପର୍କରେ ସୁଚନା ଦେବ । ମାହାନାଙ୍କର ଏଇ ଉଦ୍ଭାବନ ସମ୍ବଲପୁର ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ସତପଥିଙ୍କ ଦୃଷ୍ଟି ଆକର୍ଷଣ କଲା ସେ ମଧ୍ୟ ଏଇ ପ୍ରଚେଷ୍ଟାକୁ ବେଶ୍ ପ୍ରଶଂସାକରିଛନ୍ତି । ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ କାର୍ଯ୍ୟାଳୟ ଏଇ ପାଇଲଟ୍ ପ୍ରକଳ୍ପକୁ ଅନୁମୋଦନ କରିଛି ଫଳରେ ଏହାକୁ ସ୍ଥାନୀୟ ବିଦ୍ୟାଳୟର୧୦ ଜଣ ଛାତ୍ରଙ୍କୁ ଏଇ ଷ୍ଟିକ୍ ପ୍ରଦାନ କରାଯାଇଛି, ଯାହାର ଫଳାଫଳ ଭଲ ଆସିଲେ ଆଗାମୀ ଦିନମାନଙ୍କରେ ଏହାର ବ୍ୟାପକ ବ୍ୟବହାର ପାଇଁ ଚିନ୍ତାକରାଯାଇପାରିବ । ରାଜ୍ୟର ପ୍ରଥମ ଦୃଷ୍ଟିହୀନ ଓଏସ୍  ଅଫିସର ସଞ୍ଜୟ ବେହେରା ଏହାକୁ ବ୍ୟବହାର କରି ଖୁସୀଥିବା କଥା ତାଙ୍କ ଟ୍ୱିଟରରେ ପ୍ରକାଶ କରିଛନ୍ତି । ପ୍ରତିଦିନ ମୁଁ ଉଦ୍ଭାବନ ଗୁଡ଼ିକର ବିକାଶ ପାଇଁ କାମକରେ, ଆଗକୁ ମୋର ଲକ୍ଷ୍ୟ ରହିଛି ପତିରକ୍ଷା,ଅନୁସନ୍ଦାନ ସଂସ୍ଥା ଡ଼ିଆରଡ଼ିଓ ସହ କାମକରିବି ଫଳରେଦେଶପାଇଁ ମୁଁ କିଛି ଯୋଗଦାନ ଦେଇପାରିବି ବୋଲି ଆଶିଷ କୁହନ୍ତି ।   ୧୯୯୨ ମସିହାରୁ ଆଶିଷ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଉଦ୍ଭାବନ ଯାହା ଲୋକଙ୍କ ହିତରେ ଲାଗିସାରିଛି ଓ ଏହାପାଇଁ ତାଙ୍କୁ ଅନେକଥର ସମ୍ମାନିତ ମଧ୍ୟ କରାଯାଇଛି। ଏବେ ସେ ବିଭିନ୍ନ ଅନୁଷ୍ଠାନ ମାନଙ୍କରୁ ତାଙ୍କୁ ନିମନ୍ତ୍ରଣ ଆସୁଛି ଫଳରେ ସେ ତାଙ୍କ ଉଦ୍ଭାବନ ସମ୍ପର୍କରେ ପିଲାଙ୍କୁ ସଚେତନ ମଧ୍ୟ କରୁଛନ୍ତି । ସମାଜ ପାଇଁତାଙ୍କର ଏଇ ଉଦ୍ଭାବନ ସବୁଯେ ବେଶ୍ ସହାୟକ ଏଥିରେ ସନ୍ଦେହର ଅବକାଶ ନାହିଁ । ଆଶିଷ ମାହାନାଙ୍କୁ ଆମ ତରଫରୁ ଅନେକ ଅନେକ ସାଧୁବାଦ ।  

kamala-pujari
ଅସାଧାରଣ

ଜୈବିକ କୃଷିରେ ଅବଦାନ ପାଇଁ ସର୍ବଦା ମନେ ରହିବେ କମଳା ପୂଜାରୀ

3 Mins read
July 27, 2024

୨୦ ଜୁଲାଇ ୨୦୨୪ , ୭୬ ବର୍ଷର ଘଟଣା ବହୁଳ ଜୀବନଯାତ୍ରା ସାରି କମଳା ମା’ ଚାଲିଗଲେ ଆରପାରିକୁ, କିନ୍ତୁ ପଛରେ ଛାଡି ଦେଇଯାଇଛନ୍ତି ଜୈବିକ କୃଷିକୁ ନେଇ ଭବିଷ୍ୟତ ପିଢୀ ପାଇଁ ଅଜସ୍ର ପ୍ରେରଣା । ତାଙ୍କ ଗ୍ରାମ ପାତ୍ରପୁଟ ଆଜି ନିରବି ଯାଇଛି । ତାଙ୍କ ବିୟୋଗରେ ଗ୍ରାମବାସୀ କାନ୍ଦି ଉଠିଛନ୍ତି । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ବୟସାଧିକ କାରଣରୁ କିଡନୀ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ …

As DAMaN (an odia featured movie) is outpacing the As DAMaN (an odia featured movie) is outpacing the state's boundary and touching everyone's heart with its fresh yet down-to-earth content, Inspiring Odisha is admirably doing some effort to focus on the brain behind it.Meet Debi Prasad Lenka, the movie director, and writer who showed the guts to experiment with something new in odia regional cinema and set an example for everyone.This new series of INSPIRING, TALKS will narrate the inspiring journey of this young director and what other aspirants can learn from his experience!Stay tuned... Tap the link.https://www.youtube.com/watch?v=_gUgr_dedKw#debiprasadlenka #damanmovie #VishalMourya #PresidentOfIndia #NarendraModi #CMOdisha #ollywoodindustry #ftii #babushanmohanty #dependrasamal #odiacinema
Tike Khusi is a way to pour happiness in the faces Tike Khusi is a way to pour happiness in the faces of people. Through the small initiative, Ranjan Kumar Patra Patra is creating a series of memory with a mere touch of surprise and happiness. And this work in return gives him immense contentment.A yoga teacher by profession and a cameraholic by passion only aim his work would able to curtail the amount of stress in the lives of people.📸#lighthousehttps://inspiringodisha.com/tike-khusi-the-gift-of-joy/
An animal geneticist has been investigating the na An animal geneticist has been investigating the native livestock breeds of Odisha for the last two decades. His research laid 8 native breeds to get registered and secure their Intellectual Property (IP) rights.  #people #innovation #newideas #savenativebreeds #OUAT #animalGenetics #CMOOdisha #PMOIndiahttps://inspiringodisha.com/an-effort-to-make-native.../
During the time of the test, one has to choose bet During the time of the test, one has to choose between running away or facing it. Puja and Ambuja faced the nadir in their life with great courage that came in disguise of covid-19, won, and were gifted with a sweet daughter. Here is the story of their benevolence and dare.click here⬇️⬇️https://inspiringodisha.com/battled-covid-to-be-a-mother/
Madhusmita Prusty since the advent of the pandemic Madhusmita Prusty since the advent of the pandemic has been performing the last rites of unclaimed dead bodies, especially COVID-19 patients tirelessly. According to her, the funeral is the noblest work a person can do that brings merit for the afterlife. Read what inspired her to opt for a distinct profession.https://inspiringodisha.com/last-comrade-of-unclaimed-souls/
The popular Naraj Peacock valley is just 15kms awa The popular Naraj Peacock valley is just 15kms away from Nandankanan Zoo in the capital city Bhubaneswar. The panoramic beauty of the valley is a reflection of Pannu Behera's love for peacocks. But for Kanhu (the grandson of Pannu) it's not just the love for peacocks but also a tribute to the last wish of his grandpa.🦚🦚We believe stories can be an effective tool of motivation. DM us to cover yours. We'll get you covered...#narajpeacockvalley #lighthouse .https://inspiringodisha.com/a-tradition-of-love-that.../
Follow on Instagram
A Positive Media Movement by Lighthouse
BRIGHT, BRAVE and BEAUTIFUL stories from Odisha
  • Home
  • About
  • Contact
BRIGHT, BRAVE and BEAUTIFUL stories from Odisha
  • Home
  • ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଆମ ବିଷୟରେ ଜାଣନ୍ତୁ
  • ଯୋଗାଯୋଗ
Switch Language
  • English
  • ଓଡ଼ିଆ
Our site uses cookies. Learn more about our use of cookies: cookie policy
I accept use of cookies