• ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
  • ବିଭାଗ
    • ସଶକ୍ତିକରଣ
    • ଭିଡିଓ କାହାଣୀ
    • ପରିବେଶ
    • ସଂରକ୍ଷଣ
    • ଅସାଧାରଣ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
BRIGHT, BRAVE and BEAUTIFUL stories from Odisha
ଅସାଧାରଣ

ନିଶାମୁକ୍ତ ସମାଜ ପାଇଁ ସଂକଳ୍ପ 

No Comments
June 6, 2023
2 Mins read
326 Views
imran-ali

ଜୀବନର ଗୁରୁତ୍ବପୂର୍ଣ ସମୟ ହେଉଛି ଯୁବକ ସମୟ । ଏହି ସମୟ ରେ ନିଶା ସେବନ କରି ଜୀବନକୁ ବରବାଦ କରିବା ପରିବର୍ତ୍ତେ ଗଛ ଲଗାଇବା, ଶିକ୍ଷା ଗ୍ରହଣ କରିବା, ବରିଷ୍ଠ ନାଗରିକ ମାନଙ୍କୁ ସାହାଯ୍ୟ କରିବା । ବିଶେଷ ଅନୁରୋଧ କି ପିଲା ମାନଙ୍କ ଦ୍ଵାରା ନିଶା ଦ୍ରବ୍ୟ ମଗାନ୍ତୁ ନାହିଁ  କି ଶୈଶବକୁ ନଷ୍ଟ କରନ୍ତୁ ନାହିଁ ।

ଡାଃ. ମହମ୍ମଦ ଇମରାନ ଅଲ୍ଲିଙ୍କ ଏଇ କଥା କେଇ ପଦ ବେଶ ସମୟୋପଯୋଗୀ ।

ଭଦ୍ରକ ସହରର କାଜିସାହିରେ ଜନ୍ମ ଡାଃ. ମହମ୍ମଦ ଇମିରାନ ଅଲ୍ଲିଙ୍କର ସ୍କୁଲ ଜୀବନରୁ ପାଠ ପଢା ସହିତ ସମାଜ ସେବା ପ୍ରତି ତାଙ୍କର ଥିଲା ଅନେକ ଆଗ୍ରହ । ଭଦ୍ରକ କଲେଜରେ ପଢୁଥିବା ସମୟରେ ନିଜ ଭଉଣୀଙ୍କ ପ୍ରେରଣାରେ ସେ NSS(National Service Scheme) ରେ ଯୋଗ ଦେଇ ଏଚ.ଆଇ.ଭି, ମ୍ୟାଲେରିଆ ଦୂରୀକରଣ ପାଇଁ ସଚେତନତା, ରାସ୍ତା ସଫେଇ କାମ ପରି  ବିଭିନ୍ନ ସମାଜ ସେବା କାମ ରେ ନିଜକୁ ନିଯୋଜିତ କରିଥିଲେ ।

ସୋସିୟୋଲୋଜି ଅନର୍ସ ରେ +3 ପାଠ୍ୟକ୍ରମ ଶେଷ କରି 2010 ମସିହାରେ MSW ରେ ପିଜି କରନ୍ତି ଏବଂ ପରେ MSWରେ ପିଏଚଡ଼ି ମଧ୍ୟ କରନ୍ତି ।

“ମୋ କାମରେ ଏକଦା  ଭୁବନେଶ୍ଵରର ସହିଦନଗର ଶାନ୍ତିପଲି ବସ୍ତିକୁ ଯାଇଥିବା ବେଳେ ଲକ୍ଷ୍ୟ କଲି ବସ୍ତି ଅଞ୍ଚଳରେ ଛୋଟ ଛୁଆଙ୍କ ଠାରୁ  ବଡ ମଣିଷ ପର୍ଯ୍ୟନ୍ତ  ପ୍ରାୟ ସମସ୍ତେ ନିଶା ସେବନ କରି ଜୀବନକୁ ଦିଶା ହିନ କରିଦେଉଛନ୍ତି। ଏଇ ବସ୍ତି ଲୋକଙ୍କ ସଚେତନତା ପାଇଁ କିଛି କରିବା ଜରୁରୀ ବୋଲି ମୋର ମନକୁଆସିଲା । ଏକଏକ ନିଶାମୁକ୍ତ ସମାଜର ସ୍ଵପ୍ନରେ ମସଗୁଲ ହୋଇ ମୁଁ ଆରମ୍ଭ କରିଥିଲି ସଚେତନତା କାମ । ମୋ ଉଦ୍ୟମରେ ଗଢି ଉଠିଲା ‘ନିଶାମୁକ୍ତ ଯୁବ ଆନ୍ଦୋଳନ’ ଏବଂ ‘ନିଶାମୁକ୍ତ ଯୁବ ସଂକଲ୍ପ’’ ନାମକ ଦୁଇଟି ସଙ୍ଗଠନ । ଏଇ ସଂଗଠନ ମାଧ୍ୟମରେରାଜ୍ୟର ବିଭିନ୍ନ ସ୍ଥାନରେବୁଲି ବୁଲି ପୋଷ୍ଟର, ହୋର୍ଡିଙ୍ଗ, ବ୍ୟାନର ମାରିବା ସାଙ୍ଗକୁ ନିଶା ସେବନର କୁ ପ୍ରଭାବ ବିଷୟରେ ବ୍ୟକ୍ତିଗତ ଭାବେ ଆମେ ଲୋକଙ୍କୁ ସଚେତନ କରାଇବାର ଅନବରତ ଚେଷ୍ଟା ଜାରି ରଖିଛୁ ।”

୨୦୧୫ ମସିହାରୁ ଇମରାନଙ୍କ ପ୍ରଚେଷ୍ଟାରେ ଗଢି ଉଠିଥିବା ସାଲାମ ଜୀବନ ସଙ୍ଗଠନ ମାଧ୍ୟମରେ ସିଗାରେଟ, ଗୁଟକା ସେବନରୁ ମୁକ୍ତିଅଭିଯାନ ମଧ୍ୟ ଜାରି ରହିଛି । ଇମରାନଙ୍କ ନିଶାମୁକ୍ତି ଅଭିଯାନର କାମ କେବଳ ଓଡିଶା ରେ ସୀମିତ ନ ରହି ଏବେ ସର୍ବଭାରତୀୟ ସ୍ତରରେ ପୁଣି ଭାରତ ବାହାରେ ମଧ୍ୟ ପ୍ରସାରିତ ହେଲାଣି ।

“ନିଶାମୁକ୍ତ ଶୈଶବ” ନାମକ ଏକ କ୍ୟାମ୍ପେନ ଆରମ୍ଭ କରିଛନ୍ତି ଇମରାନ । 18 ବର୍ଷ ରୁ କମ ଶିଶୁ ମାନେ କିପରି ନିଶା କବଳ ରେ ଆକ୍ରାନ୍ତ ହେବେ ନାହିଁ, ତା ହିଁ ଏପରି କ୍ୟାମ୍ପେନର ଉଦ୍ଦେଶ୍ୟ ।

‘Cigarette and other tobacco act’ ଧାରା ୬ ଅନୁସାରେ ଶିକ୍ଷା ଅନୁଷ୍ଠାନମାନଙ୍କରେ ନିଶା ମୁକ୍ତି ଅଭିଯାନ ମଧ୍ୟ ଜାରି ରଖିଛନ୍ତି ଇମରାନ ଏବଂ ତାଙ୍କ ସଂଗଠନ। ତାଙ୍କ ଦ୍ଵାରା ଲିଖିତ ଦୁଇଟି ବହି ”Mission Answer to Cancer” ଏବଂ ”ସଲାମ ଜୀବନ” ବହୁଳ ଆଦୃତ ହୋଇ ଦେଉଛି ନିଶା ମୁକ୍ତିର ବାର୍ତ୍ତା । ପୁଣି ଭଦ୍ରକ ରେଡିଓ ରେଇମ୍ରାନଙ୍କର ନିଶାମୁକ୍ତି ସଚେତ୍ତନତା କାର୍ଯ୍ୟକ୍ରମ ‘କର ଭଲା ତୋ ହୋ ଭଲା ‘ ଆଜି ବେଶ ଲୋକପ୍ରିୟ।

“ଅନେକ ସମୟରେ ସମାଜ ସେବାର ପ୍ରତିଦାନରେ ପ୍ରଚୁର ମାନସିକ ଶାନ୍ତି ସାଙ୍ଗକୁ କିଛି ଯନ୍ତ୍ରଣା ବି ମିଳିଥାଏ ! ମୋ କାମ କରିବା ସମୟରେ କେତେ ଥର ପ୍ରତିକ୍ରିୟାଶୀଳ ଲୋକଙ୍କର ଆକ୍ରୋଶ ଓ ଆକ୍ରମଣର ଶିକାର ହୋଇଛି ମୁଁ । ଅନ୍ୟପକ୍ଷରେ ମୋ କାମ ଲାଗି Limca Book of Records 2018, India book of Records, State Youth Award 2014, State NSS Award 2008, ପରି ୪୦ରୁ ଉର୍ଦ୍ଧ୍ଵ ଅନୁଷ୍ଠାନମୋତେ ସମ୍ମାନିତ ବି କରିଛନ୍ତି । କିନ୍ତୁ କ୍ରିୟା ପ୍ରତିକ୍ରିୟା ନିନ୍ଦା ପ୍ରଶା ର ଉର୍ଦ୍ଧ୍ଵରେ ରହି ଆମେ ଆମ ଅଭିଯାନ ଜାରି ରଖିଛୁ !”

ଡାଃ. ମହମ୍ମଦ ଇମରାନ ଅଲ୍ଲିଙ୍କ ନିଶାମୁକ୍ତି ଅଭିଯାନ ଆମ ସମାଜକୁ ଉତ୍କର୍ଷ ଏକ ଆଲୋକିତ ଦିଗ ଦେଖାଉଛି ନିଶ୍ଚୟ।ତାଙ୍କର ଏଇ ଉଦ୍ୟମକୁ ଆମର ହୃଦୟଭରା ସାଧୁବାଦ !

Shares
Write Comment
Leave a Reply Cancel reply

Your email address will not be published. Required fields are marked *

Previous Post

ପଶୁ ପକ୍ଷୀଙ୍କ ପ୍ରେମ ରେ ନିଆରା ମଣିଷ ରାଜନ ଦାସ

Next Post

ଖବର କାଗଜ ଓ ପତ୍ର ପତ୍ରିକା ସଂଗ୍ରହ କରିବା ନିଶାରେ ରାଜକିଶୋର

You might also like
ramjit-sanali-digitization
ଅସାଧାରଣ

ସାନ୍ତାଳି ଭାଷାର ଡିଜିଟାଇଜେସନରେ ସମର୍ପିତ ରାମଜିତ

3 Mins read
October 22, 2024

ଭାଷା କେବଳ ଏକ ଯୋଗାଯୋଗର ମାଧ୍ୟମ ନୁହେଁ; ଏହା ସଂସ୍କୃତି, ଆବେଗ, ଏବଂ ସାମୁଦାୟିକ ଇତିହାସର ମଧ୍ୟ ବାହକ। କିନ୍ତୁ କାଳଗର୍ଭରେ ଅନେକ ପୁରାତନ ଜନଜାତିଙ୍କ ଭାଷା ଧୀରେ ଧୀରେ ବିଲୁପ୍ତ ହେବାକୁ ଲାଗିଛି, ସେଥିପାଇଁ ସେଗୁଡ଼ିକୁ ସୁରକ୍ଷିତ ରଖିବାର ଆବଶ୍ୟକତା ବଢିଛି । ଏହାର ଗୁରୁତ୍ୱକୁ ଉପଲବ୍ଧି କରିପାରି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା ଗୋବିନ୍ଦପୁରର ୨୮ ବର୍ଷୀୟ ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର ରାମଜିତ ଟୁଡୁ ସାନ୍ତାଳି ଭାଷାକୁ ଡିଜିଟାଲ୍ ଯୁଗରେ ମଧ୍ୟ ବଂଚାଇ ରଖିବା ପାଇଁ …

gadget
ଅସାଧାରଣ

ଉଦ୍ଭାବନ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ କରିବାର ସଙ୍କଳ୍ପ ନେଇଛନ୍ତି ଆଶିଷ

1 Min read
October 8, 2024

ଜୀବନଟା କେତେ ଲମ୍ବା ହେବ ତା ଆମ ହାତରେ ନାହିଁ କିନ୍ତୁ ଜୀବନଟା କେମିତି ହେବ ତା ଆମ ହାତରେ ଅଛି । ଇଶ୍ୱରଙ୍କ ସୃଷ୍ଟିରେ ନିଜକୁ ଶ୍ରେଷ୍ଠ ବୋଲାଉଥିବାଆମେ ମଣିଷମାନେ ଆଜିର ଦିନରେ ନିଜ ସ୍ୱାର୍ଥ ସାଧନରେ ଲାଗିପଡ଼ିଛନ୍ତି । କ୍ୱଚିତ୍ ଲୋକ ଅଛନ୍ତି ଯେଉଁମାନେ ନିଜସହ ମଣିଷ ସମାଜର କଥା ଭାବନ୍ତି, ଆଉନିଜର ବଳିଷ୍ଠ ଯୋଗଦାନ ମାଧ୍ୟମରେ ଅନେକଙ୍କର ଜୀବନକୁ କରିଦିଅନ୍ତି ସହଜ । ଏମିତି ଜଣେ ବିକ୍ତିତ୍ୱ ହେଲେ ଆଶିଷ ମାହାନା, ପେଷାରେ ଜଣେ ଇଂଜିନିୟର ଭାବେ କାମ କରୁଥିବା ଆଶିଷଙ୍କ ନିଶା କିନ୍ତୁ ନୂଆ ନୂଆ ଉଦ୍ଭାବନ, ଯାହା ଅନ୍ୟରଜୀବନକୁ ସହଜ କରିବାରେ ସାହାଯ୍ୟ କରିବ । ପେଶାରେ ରହି ନିଜ ଉଦ୍ଭାବନ ପାଇଁ ଉପଯୁକ୍ତ ସମୟ ଦେଇନପାରିବାରୁ ଇଂଜିନିୟରିଂରୁ ସନ୍ୟାସ ନେଲେଆଷିଶ । ତାଙ୍କଦ୍ୱାରା ନିକଟରେ ପ୍ରସ୍ତୁତ ହୋଇଥିବା ସ୍ମାର୍ଟ ଷ୍ଟିକ୍ ଦୃଷ୍ଟିହୀନ ଲୋକଙ୍କ ପାଇଁ ବରଦାନ କହିଲେ ଅତ୍ୟୁ୍‌କ୍ତି ହେବନାହିଁ । ଏହାକୁ ଏମିତି ଭାବେଡ଼ିଜାଇନ୍ କରାଯାଇଛି ଯେ ଜଣେ ଦୃଷ୍ଟିହୀନ ଲୋକ ପାଇଁ ଏହା ଗାଇଡ଼୍ ଭଳି ସହାଯ୍ୟ କରିବ ଫଳରେ ଯିବାଆସିବା ପାଇଁ ଏମାନଙ୍କ ଆଉ ଅନ୍ୟ ଉପରେ ନିର୍ଭରକରିବାକୁ ପଡ଼ିବ ନାହିଁ । ପିଲାବେଳୁ ବିଜ୍ଞାନ ପ୍ରତି ମୋର ଅହେତୁକ ଆଗ୍ରହ ଥିଲା, ତେଣୁ ମୋ ପକେଟ୍‌ରେ ସବୁବେଳେ ଗୋଟେ ଟେଷ୍ଟର ଓ ସ୍କ୍ରୁ ଡ଼୍ରାଇଭର ରଖିବାକୁ ମୁଁ ପସନ୍ଦ କରୁଥିଲି ।ମୋତେ ମିଳୁଥିବା ପକେଟ୍ ମନିରୁ ମୁଁ ମୋଟର, ଫିତା, ତାର ଭଳି ଉପକରଣ ଆଣି ନୂଆ ନୂଆ ଉଦ୍ଭାବନ ପାଇଁ ଚେଷ୍ଟା କରୁଥିଲି । କମ୍ ଖର୍ଚ୍ଚରେ ଏହାକୁ ପ୍ରସ୍ତୃତକରିବାକୁ ବିଭିନ୍ନ ସ୍ଥାନରୁ ସଗୃହିତ ପୁରୁଣା ପାର୍ଟସ୍ ଗୁଡ଼ିକ ବ୍ୟବହାର କରେ, ଅନେକ ସମୟରେ ସଫଳ ମଧ୍ୟ ହୁଏ ବୋଲି ଆଶିଷ କୁହନ୍ତି । ୪୬ ବର୍ଷ ବୟଷ୍କ ଆଶିଷ ମାହାନା  ସମ୍ବଲପୁର ଜିଲ୍ଳା, ସଲଦ୍ ପଞ୍ଚାୟତ ଅର୍ନଗତ ନୂଆ ରାମ୍ପେଲା ଗାଁର ଅଧିବାସୀ । ଅପରେସନାଲ୍ ମେନେଜମେଣ୍ଟରେ ଏମବିଏ୍  କରିବା ସହ ଟେଲି କମ୍ୟୁନିକେସନ୍‌, ଇଲେକଟ୍ରୋନିକ୍ସ, କମ୍ପୁଟର ହାର୍ଡ଼ୱେୟାର ବିଷୟ ଗୁଡ଼ିକରେ ଡ଼ିପ୍ଲୋମା ମଧ୍ୟ କରିଛନ୍ତି । ହିଣ୍ଡାଲକୋ ଇଣ୍ଡଟ୍ରିଜ୍‌ରେ ଆସିଷ୍ଟାଣ୍ଡଇଂଜିନିୟର ଭାବେ ଉତ୍ତମ ବେତନରେ ଚାକିରି କରୁଥିଲେ ହେଁ ଦୃଷ୍ଟିହୀନ ଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ତଆରି କରିବାର ନିଶା ପାଇଁ ୨୦୨୩ ରେ ଚାକିରିରୁସନ୍ୟାସ ନେଇଥିଲେ ଆଶିଷ । ଆଉ ତାପରେ ନିଜ ଉଦ୍ଭାବନା ପାଇଁ ଅବିରତ ଚେଷ୍ଟାରେ ଲାଗିପଡ଼ିଛନ୍ତି ସେ । ଆଉ ପଳସ୍ୱରୁପ ତାଙ୍କର ସ୍ୱପ୍ନର ପ୍ରକଳ୍ପ ଦୃଷ୍ଟିହୀନଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ବନେଇବାରେ ସଫଳ ହୋଇଛନ୍ତି ସେ ।   ୨୦୦୯ ମସିହାର କଥା ମୁଁ ଯେତେବେଳେ ମୋ କାମରେ ବାହାରିଥାଏ ମୁଁ ଦେଖିବାକୁ ପାଇଲି ଜଣେ ଦୃଷ୍ଟିହୀନ ବ୍ୟକ୍ତି ରାସ୍ତା ପାରିହେବାକୁ ଅନେକ ସଂଘର୍ଷକରୁଛନ୍ତି ଯାହା ମୋତେ ଆନ୍ଦୋଳିତ କରିଥିଲା, ମୁଁ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କଲି ସତ କିନ୍ତୁ ଏ ଘଟଣା ପରଠୁ ଦୃଷ୍ଟିହୀନ ଲୋକଙ୍କୁ ମୁଁ କେମିତିସାହାଯ୍ୟ କରିପାରିବି ସେ ପ୍ରଚେଷ୍ଟାରେ ଲାଗିପଡ଼ିଲି । ଆଉ ଫଳସ୍ୱରୁପ ଏକ ସ୍ମାର୍ଟ ସ୍ଟିକ୍ ତିଆରି କରିବାରେ ସଫଳ ହେଲି ଯାହା ଦୃଷ୍ଟହୀନ ଲୋକଙ୍କୁ ବିନାକାହାର ସାହାଯ୍ୟରେ ରାସ୍ତାରେ ଚଳପ୍ରଚଳ କରିବାକୁ ସାହାଯ୍ୟ କରିବ । ଏଇ ସ୍ମାର୍ଟ ଷ୍ଟିକ୍ ତିଆରି କରିସାରିବା ପରେ ମୁଁ ପ୍ରଥମେ ଏହାକୁ ନିଜ ସହରର ଜଣେଦୃଷ୍ଟିହୀନ ବ୍ୟକ୍ତିଙ୍କୁ ବ୍ୟବହାର ପାଇଁ ଦେଲି ଓ ତାଙ୍କ ମତାମତ ଆଧାରରେ ଏଥିରେ ପରିବର୍ତ୍ତନ କରି ଏଥିରେ ରହୁଥିବା ତ୍ରୃଟିକୁ ସଜାଡ଼ିଲି, ଏହା ଏବେ ବ୍ୟବହାରପାଇଁ ପୁରା ପ୍ରସ୍ତୃତ ବୋଲି ଆଶିଷ କୁହନ୍ତି । ଆଶିଷ ମାହାନା ଦୃଷ୍ଟିହୀନ ବ୍ୟକ୍ତିଙ୍କ ଚଳପ୍ରଚଳକୁ ସହଜ କରିବା ପାଇଁ ଉଭୟ ଇନ୍‌ଡ଼ୋର ଓ ଆଉଟ୍ ଡ଼ୋର୍ ଡ଼ିଭାଇସ୍ ପ୍ରସ୍ତୃତ କରିଛନ୍ତି । ଆଉଟ୍‌ଡ଼ୋର୍ ପାଇଁପ୍ରସ୍ତୃତ ହୋଇଥିବା ସ୍ମାର୍ଟ ସ୍ଟିକ୍‌ଟି ଜି.ପି.ଏସ୍ ଦ୍ୱାରା ପରିଚାଳିତ ଯାହା ୫ ଫୁଟ୍ ଦୁରରୁ ଆସୁଥିବା ବାଧା ବିଷୟରେ ସୁଚନା ଦେବ ଭାଇବ୍ରେସନ୍ ମାଧ୍ୟମରେ ।ସେହିଭଳି ଇନ୍‌ଡ଼ୋର୍‌ରେ ମଧ୍ୟ ଏକ ମଲ୍ଟି ସେନ୍ସର ଡ଼ିଭାଇସ୍ ପ୍ରସ୍ତୃତ ହୋଇଛି ଯାହା ଦୃଷ୍ଟିହୀନ ବ୍ୟକ୍ତିଙ୍କ ସୁରକ୍ଷିତ ଚଳପ୍ରଚଳ ପାଇଁ ବିଶେଷ ଭାବରେ ସାହାଯ୍ୟକରିବ  ଏବଂ କବାଟ ଓ ଝରକା ଥିବା ସ୍ଥାନ ସମ୍ପର୍କରେ ସୁଚନା ଦେବ । ମାହାନାଙ୍କର ଏଇ ଉଦ୍ଭାବନ ସମ୍ବଲପୁର ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ସତପଥିଙ୍କ ଦୃଷ୍ଟି ଆକର୍ଷଣ କଲା ସେ ମଧ୍ୟ ଏଇ ପ୍ରଚେଷ୍ଟାକୁ ବେଶ୍ ପ୍ରଶଂସାକରିଛନ୍ତି । ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ କାର୍ଯ୍ୟାଳୟ ଏଇ ପାଇଲଟ୍ ପ୍ରକଳ୍ପକୁ ଅନୁମୋଦନ କରିଛି ଫଳରେ ଏହାକୁ ସ୍ଥାନୀୟ ବିଦ୍ୟାଳୟର୧୦ ଜଣ ଛାତ୍ରଙ୍କୁ ଏଇ ଷ୍ଟିକ୍ ପ୍ରଦାନ କରାଯାଇଛି, ଯାହାର ଫଳାଫଳ ଭଲ ଆସିଲେ ଆଗାମୀ ଦିନମାନଙ୍କରେ ଏହାର ବ୍ୟାପକ ବ୍ୟବହାର ପାଇଁ ଚିନ୍ତାକରାଯାଇପାରିବ । ରାଜ୍ୟର ପ୍ରଥମ ଦୃଷ୍ଟିହୀନ ଓଏସ୍  ଅଫିସର ସଞ୍ଜୟ ବେହେରା ଏହାକୁ ବ୍ୟବହାର କରି ଖୁସୀଥିବା କଥା ତାଙ୍କ ଟ୍ୱିଟରରେ ପ୍ରକାଶ କରିଛନ୍ତି । ପ୍ରତିଦିନ ମୁଁ ଉଦ୍ଭାବନ ଗୁଡ଼ିକର ବିକାଶ ପାଇଁ କାମକରେ, ଆଗକୁ ମୋର ଲକ୍ଷ୍ୟ ରହିଛି ପତିରକ୍ଷା,ଅନୁସନ୍ଦାନ ସଂସ୍ଥା ଡ଼ିଆରଡ଼ିଓ ସହ କାମକରିବି ଫଳରେଦେଶପାଇଁ ମୁଁ କିଛି ଯୋଗଦାନ ଦେଇପାରିବି ବୋଲି ଆଶିଷ କୁହନ୍ତି ।   ୧୯୯୨ ମସିହାରୁ ଆଶିଷ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଉଦ୍ଭାବନ ଯାହା ଲୋକଙ୍କ ହିତରେ ଲାଗିସାରିଛି ଓ ଏହାପାଇଁ ତାଙ୍କୁ ଅନେକଥର ସମ୍ମାନିତ ମଧ୍ୟ କରାଯାଇଛି। ଏବେ ସେ ବିଭିନ୍ନ ଅନୁଷ୍ଠାନ ମାନଙ୍କରୁ ତାଙ୍କୁ ନିମନ୍ତ୍ରଣ ଆସୁଛି ଫଳରେ ସେ ତାଙ୍କ ଉଦ୍ଭାବନ ସମ୍ପର୍କରେ ପିଲାଙ୍କୁ ସଚେତନ ମଧ୍ୟ କରୁଛନ୍ତି । ସମାଜ ପାଇଁତାଙ୍କର ଏଇ ଉଦ୍ଭାବନ ସବୁଯେ ବେଶ୍ ସହାୟକ ଏଥିରେ ସନ୍ଦେହର ଅବକାଶ ନାହିଁ । ଆଶିଷ ମାହାନାଙ୍କୁ ଆମ ତରଫରୁ ଅନେକ ଅନେକ ସାଧୁବାଦ ।  

kamala-pujari
ଅସାଧାରଣ

ଜୈବିକ କୃଷିରେ ଅବଦାନ ପାଇଁ ସର୍ବଦା ମନେ ରହିବେ କମଳା ପୂଜାରୀ

3 Mins read
July 27, 2024

୨୦ ଜୁଲାଇ ୨୦୨୪ , ୭୬ ବର୍ଷର ଘଟଣା ବହୁଳ ଜୀବନଯାତ୍ରା ସାରି କମଳା ମା’ ଚାଲିଗଲେ ଆରପାରିକୁ, କିନ୍ତୁ ପଛରେ ଛାଡି ଦେଇଯାଇଛନ୍ତି ଜୈବିକ କୃଷିକୁ ନେଇ ଭବିଷ୍ୟତ ପିଢୀ ପାଇଁ ଅଜସ୍ର ପ୍ରେରଣା । ତାଙ୍କ ଗ୍ରାମ ପାତ୍ରପୁଟ ଆଜି ନିରବି ଯାଇଛି । ତାଙ୍କ ବିୟୋଗରେ ଗ୍ରାମବାସୀ କାନ୍ଦି ଉଠିଛନ୍ତି । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ବୟସାଧିକ କାରଣରୁ କିଡନୀ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ …

As DAMaN (an odia featured movie) is outpacing the As DAMaN (an odia featured movie) is outpacing the state's boundary and touching everyone's heart with its fresh yet down-to-earth content, Inspiring Odisha is admirably doing some effort to focus on the brain behind it.Meet Debi Prasad Lenka, the movie director, and writer who showed the guts to experiment with something new in odia regional cinema and set an example for everyone.This new series of INSPIRING, TALKS will narrate the inspiring journey of this young director and what other aspirants can learn from his experience!Stay tuned... Tap the link.https://www.youtube.com/watch?v=_gUgr_dedKw#debiprasadlenka #damanmovie #VishalMourya #PresidentOfIndia #NarendraModi #CMOdisha #ollywoodindustry #ftii #babushanmohanty #dependrasamal #odiacinema
An animal geneticist has been investigating the na An animal geneticist has been investigating the native livestock breeds of Odisha for the last two decades. His research laid 8 native breeds to get registered and secure their Intellectual Property (IP) rights.  #people #innovation #newideas #savenativebreeds #OUAT #animalGenetics #CMOOdisha #PMOIndiahttps://inspiringodisha.com/an-effort-to-make-native.../
Madhusmita Prusty since the advent of the pandemic Madhusmita Prusty since the advent of the pandemic has been performing the last rites of unclaimed dead bodies, especially COVID-19 patients tirelessly. According to her, the funeral is the noblest work a person can do that brings merit for the afterlife. Read what inspired her to opt for a distinct profession.https://inspiringodisha.com/last-comrade-of-unclaimed-souls/
During the time of the test, one has to choose bet During the time of the test, one has to choose between running away or facing it. Puja and Ambuja faced the nadir in their life with great courage that came in disguise of covid-19, won, and were gifted with a sweet daughter. Here is the story of their benevolence and dare.click here⬇️⬇️https://inspiringodisha.com/battled-covid-to-be-a-mother/
It's a proud moment for us that PM Shri Narendra M It's a proud moment for us that PM Shri Narendra Modi cited the name of Odia Boy- @RahulMaharana and appreciated his effort for 'plastic-free Beach' in the #MannkiBaat recently. 30kms away from the capital city of Odisha, this 22-year-old disposed of over 1-ton garbage from the Hental Mangrove forest in Astaranga. He has undertaken beach cleaning activities on more than 60 occasions and is also looking for others to join him.Improper disposal of garbage is the result of our negligence. We should understand the fact that mother earth may suffer its direct burden but its faraway impact will be on us.So, let's join hands for a clean world.#Joinhandsforcleanliness #RahulMaharana #lighthouse #BhitarkanikaWildlifeDivision #OdishaForestDepartment #CMOOdisha� #NaveenPatnaik #PMOIndia #MannkiBaat#MinistryofEnvironmentForestandClimateChangehttps://inspiringodisha.com/a-solo-endeavor-for-a-plastic-free-marine-stretch/
The popular Naraj Peacock valley is just 15kms awa The popular Naraj Peacock valley is just 15kms away from Nandankanan Zoo in the capital city Bhubaneswar. The panoramic beauty of the valley is a reflection of Pannu Behera's love for peacocks. But for Kanhu (the grandson of Pannu) it's not just the love for peacocks but also a tribute to the last wish of his grandpa.🦚🦚We believe stories can be an effective tool of motivation. DM us to cover yours. We'll get you covered...#narajpeacockvalley #lighthouse .https://inspiringodisha.com/a-tradition-of-love-that.../
Follow on Instagram
A Positive Media Movement by Lighthouse
BRIGHT, BRAVE and BEAUTIFUL stories from Odisha
  • Home
  • About
  • Contact
BRIGHT, BRAVE and BEAUTIFUL stories from Odisha
  • Home
  • ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଆମ ବିଷୟରେ ଜାଣନ୍ତୁ
  • ଯୋଗାଯୋଗ
Switch Language
  • English
  • ଓଡ଼ିଆ
Our site uses cookies. Learn more about our use of cookies: cookie policy
I accept use of cookies