• ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
  • ବିଭାଗ
    • ସଶକ୍ତିକରଣ
    • ଭିଡିଓ କାହାଣୀ
    • ପରିବେଶ
    • ସଂରକ୍ଷଣ
    • ଅସାଧାରଣ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
BRIGHT, BRAVE and BEAUTIFUL stories from Odisha
ଅସାଧାରଣ ଭିଡିଓ କାହାଣୀ

ନିଜ ଉଦ୍ୟମରେ ଗାଁ ପାଇଁ ରାସ୍ତା ତିଆରି କଲେ ଧନେଶ୍ଵର

No Comments
November 11, 2022
2 Mins read
376 Views

ଦୃଢ ଇଚ୍ଛାଶକ୍ତି ଓ କଠିନ ପରିଶ୍ରମ ବଳରେ ଅସମ୍ଭବକୁ ସମ୍ଭବ କରି ଦେଖେଇଛନ୍ତି ଓଡିଶା ଦାରିଙ୍ଗବାଡି ବ୍ଲକ ବୋଣ୍ଡାପଙ୍କା ଗାଁର ଧନେଶ୍ଵର ପ୍ରଧାନ । ଆଦିବାସୀ ଅଧ୍ୟୁଷିତ ଗାଁ ହୋଇଥିବାରୁ ଗାଁକୁ ସଡକ ସହ ସଂଯୋଗ କରିବା ପାଇ ରାସ୍ତାଟେ ନଥିଲା, ପିଲାଟିବେଳୁ ନିଜସହ ଗାଁ ଲୋକଙ୍କର ଦୁଃଖଦୁର୍ଦଶା ବ୍ୟତିବ୍ୟସ୍ତ କରିଥିଲା ଧନେଶ୍ଵରଙ୍କୁ । ଆଖପାଖରେ ସ୍ୱାସ୍ଥ୍ୟ ସୁବିଧା ନଥିବାରୁ ନାନା ପ୍ରକାରର ସମସ୍ୟା ଭିତରେ ରହୁଥିଲେ ଗାଁ ଲୋକେ, ଆଉ ରାତି ଅଧରେ  ଦେହ ଖରାପ ହେଲେତ କଥା ସରିଲା ।

ବାରମ୍ବାର ଗୁହାରି ସତ୍ୱେ ଜିଲ୍ଲା ପ୍ରଶାସନ ଓ ପଞ୍ଚାୟତରୁ ନିରାଶ ହେବାକୁ ପଡିଥିଲା ତାଙ୍କୁ । ଗାଁରେ ନା ଅଛି ବିଜୁଳି, ପକ୍କାଘର, ପାନୀୟଜଳର ସୁବିଧା, ନା ଗାଡି ମୋଟର ଯାଇଆସୁଥିବା ରାସ୍ତାଟିଏ । ଫଳରେ ଗାଁ ଲୋକଙ୍କୁ ନିଜ ଅତ୍ୟାବଶ୍ୟକ ଜିନିଷ ଆଣିବା ଠୁ ଆରମ୍ଭ କରି ନିଜ ଉତ୍ପାଦିତ ସାମଗ୍ରୀକୁ ବିକ୍ରିବଟା କରିବାକୁ ବେଶ ହଇରାଣ ହବାକୁ ପଡୁଥିଲା । ଆଉ ଯିବା ଆସିବାରେ ବାଧକ ସାଜୁଥିଲା ସାମ୍ନାରେ ଥିବା ବଡେପଙ୍ଗା ପାହାଡ ।

ବାରଟି ପରିବାରକୁ ନେଇ ଗଠିତ ନିଜ ଗାଁକୁ କେରୁବାଡି ମୁଖ୍ୟ ରାସ୍ତା ସହ ସଂଯୋଗ କରିବାର ସଂକଳ୍ପ ନେଲେ ଧନେଶ୍ଵର । ବୁଝାଇଲେ ଗାଁ ଲୋକଙ୍କୁ ମିଳିମିଶି ରାସ୍ତା ନିର୍ମାଣ ପାଇଁ, କିନ୍ତୁ ଗାଁର ପ୍ରାୟ ଲୋକ ଦିନ ମଜୁରିଆ ହୋଇଥିବାରୁ ମାଗଣାରେ ରାସ୍ତା ତିଆରି କରିବାକୁ ରାଜି ହେଲେଣି କେହି । ହେଲେ ନିଜ ଇଚ୍ଛାଶକ୍ତିକୁ ସୁଦୃଢ କରି ନିଜେ ଏଇ ୬ କିଲୋମିଟର ରାସ୍ତାକୁ ନିର୍ମାଣ କରିବାକୁ ନେଲେ ପ୍ରତିଜ୍ଞା, ଆଉ ନିଜ ପରିବାର ସହ ନିରନ୍ତର ଭାବେ ଲାଗିପଡିଲେ ରାସ୍ତାକାମରେ । ଏହାଦେଖି ପ୍ରଥମେ-ପ୍ରଥମେ କାମ ପାଇଁ ମନା କରୁଥିବା ଗାଁ ଲୋକ ଧନେଶ୍ଵରଙ୍କୁ ବଢାଇଲେ ସହାୟତାର ହାତ ।

“ମୋ ଏଇ କାମରେ ମୋ ପରିବାର ମୋତେ ପୁରା ସହଯୋଗ କରିଛି, ମୋ ସ୍ତ୍ରୀ-ପିଲା ଛୁଆ ମୋ ସହ ମିଶି ରାସ୍ତା କାମରେ ଲାଗିଲେ ଯାହା ମୋତେ ଯୋଗାଇଲ ପ୍ରେରଣା, ଆଉ ଆମ ଗାଁ ଲୋକବି ମତେ ସାହାଯ୍ୟ କରୁଛନ୍ତି ।”

ଏମିତି ଦିନ ରାତିକୁ ଏକକରି କାମ କରୁ-କରୁ କିଛି ସାମାଜିକ କର୍ମୀଙ୍କ ନଜର ପଡିଲା ଧନେଶ୍ଵରଙ୍କ ଉପରେ । ଧନେଶ୍ଵରଙ୍କଠୁ ସବୁ କଥା ଶୁଣି ସାରିଲାପରେ ତାଙ୍କର ଏଇ ମହତ କାମର ପ୍ରଚାର-ପ୍ରସାର କଲେ । କ୍ରମଶଃ ଏହା ପ୍ରଶାସନ ସହ ସରକାରଙ୍କ ନଜରରେ ପଡିଲା ଆଉ ଏବେ ସରକାର ରାସ୍ତା ପାଇଁ ଘୋଷଣା କରିଛନ୍ତି ସରକାରୀ ସହାୟତା ।

“ଜିଲ୍ଲା ପ୍ରଶାସନର ସହାୟତା ପାଇ ଆମେ ଭାରି ଖୁସି, ଏବେ ମୋ ଗାଁର ଲୋକଙ୍କୁ ଆଉ ପାହାଡ ଚଢି କେରୁବାଡି ଯିବାକୁ ପଡିବନି ଆଉ ସରକାର ମଧ୍ୟ ଆମ ଗାଁର ଉନ୍ନତି ପାଇଁ ପଦକ୍ଷେପ ନେବାପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।”

ଏବେସୁଦ୍ଧା ରାସ୍ତାର ୪ ଭାଗରୁ ୩ ଭାଗ କମ ସରିଥିବା ବେଳେ ଖୁବଶୀଘ୍ର ଏହାର କାମହେବ ସମ୍ପୂର୍ଣ । ନିଜର ନିଷ୍ଠାପର ଉଦ୍ୟମ ପାଇଁ ଧନେଶ୍ଵର ତାଙ୍କ ଅଞ୍ଚଳ ପାଇଁ ପାଲଟିଛନ୍ତି ଆଦର୍ଶ ।

Shares
Write Comment
Leave a Reply Cancel reply

Your email address will not be published. Required fields are marked *

Previous Post

ଦୃଷ୍ଟିଶକ୍ତି ଠୁ ଶକ୍ତିଶାଳୀ ସୌନ୍ଦର୍ଯ୍ଯଙ୍କ ଇଛାଶକ୍ତି

Next Post

ଅବିନାଶଙ୍କର ଚାଟଶାଳୀ ଗରିବ ଛୁଆମାନଙ୍କ ପାଇଁ ଶିକ୍ଷାର ଆଲୋକ

You might also like
ramjit-sanali-digitization
ଅସାଧାରଣ

ସାନ୍ତାଳି ଭାଷାର ଡିଜିଟାଇଜେସନରେ ସମର୍ପିତ ରାମଜିତ

3 Mins read
October 22, 2024

ଭାଷା କେବଳ ଏକ ଯୋଗାଯୋଗର ମାଧ୍ୟମ ନୁହେଁ; ଏହା ସଂସ୍କୃତି, ଆବେଗ, ଏବଂ ସାମୁଦାୟିକ ଇତିହାସର ମଧ୍ୟ ବାହକ। କିନ୍ତୁ କାଳଗର୍ଭରେ ଅନେକ ପୁରାତନ ଜନଜାତିଙ୍କ ଭାଷା ଧୀରେ ଧୀରେ ବିଲୁପ୍ତ ହେବାକୁ ଲାଗିଛି, ସେଥିପାଇଁ ସେଗୁଡ଼ିକୁ ସୁରକ୍ଷିତ ରଖିବାର ଆବଶ୍ୟକତା ବଢିଛି । ଏହାର ଗୁରୁତ୍ୱକୁ ଉପଲବ୍ଧି କରିପାରି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା ଗୋବିନ୍ଦପୁରର ୨୮ ବର୍ଷୀୟ ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର ରାମଜିତ ଟୁଡୁ ସାନ୍ତାଳି ଭାଷାକୁ ଡିଜିଟାଲ୍ ଯୁଗରେ ମଧ୍ୟ ବଂଚାଇ ରଖିବା ପାଇଁ …

gadget
ଅସାଧାରଣ

ଉଦ୍ଭାବନ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ କରିବାର ସଙ୍କଳ୍ପ ନେଇଛନ୍ତି ଆଶିଷ

1 Min read
October 8, 2024

ଜୀବନଟା କେତେ ଲମ୍ବା ହେବ ତା ଆମ ହାତରେ ନାହିଁ କିନ୍ତୁ ଜୀବନଟା କେମିତି ହେବ ତା ଆମ ହାତରେ ଅଛି । ଇଶ୍ୱରଙ୍କ ସୃଷ୍ଟିରେ ନିଜକୁ ଶ୍ରେଷ୍ଠ ବୋଲାଉଥିବାଆମେ ମଣିଷମାନେ ଆଜିର ଦିନରେ ନିଜ ସ୍ୱାର୍ଥ ସାଧନରେ ଲାଗିପଡ଼ିଛନ୍ତି । କ୍ୱଚିତ୍ ଲୋକ ଅଛନ୍ତି ଯେଉଁମାନେ ନିଜସହ ମଣିଷ ସମାଜର କଥା ଭାବନ୍ତି, ଆଉନିଜର ବଳିଷ୍ଠ ଯୋଗଦାନ ମାଧ୍ୟମରେ ଅନେକଙ୍କର ଜୀବନକୁ କରିଦିଅନ୍ତି ସହଜ । ଏମିତି ଜଣେ ବିକ୍ତିତ୍ୱ ହେଲେ ଆଶିଷ ମାହାନା, ପେଷାରେ ଜଣେ ଇଂଜିନିୟର ଭାବେ କାମ କରୁଥିବା ଆଶିଷଙ୍କ ନିଶା କିନ୍ତୁ ନୂଆ ନୂଆ ଉଦ୍ଭାବନ, ଯାହା ଅନ୍ୟରଜୀବନକୁ ସହଜ କରିବାରେ ସାହାଯ୍ୟ କରିବ । ପେଶାରେ ରହି ନିଜ ଉଦ୍ଭାବନ ପାଇଁ ଉପଯୁକ୍ତ ସମୟ ଦେଇନପାରିବାରୁ ଇଂଜିନିୟରିଂରୁ ସନ୍ୟାସ ନେଲେଆଷିଶ । ତାଙ୍କଦ୍ୱାରା ନିକଟରେ ପ୍ରସ୍ତୁତ ହୋଇଥିବା ସ୍ମାର୍ଟ ଷ୍ଟିକ୍ ଦୃଷ୍ଟିହୀନ ଲୋକଙ୍କ ପାଇଁ ବରଦାନ କହିଲେ ଅତ୍ୟୁ୍‌କ୍ତି ହେବନାହିଁ । ଏହାକୁ ଏମିତି ଭାବେଡ଼ିଜାଇନ୍ କରାଯାଇଛି ଯେ ଜଣେ ଦୃଷ୍ଟିହୀନ ଲୋକ ପାଇଁ ଏହା ଗାଇଡ଼୍ ଭଳି ସହାଯ୍ୟ କରିବ ଫଳରେ ଯିବାଆସିବା ପାଇଁ ଏମାନଙ୍କ ଆଉ ଅନ୍ୟ ଉପରେ ନିର୍ଭରକରିବାକୁ ପଡ଼ିବ ନାହିଁ । ପିଲାବେଳୁ ବିଜ୍ଞାନ ପ୍ରତି ମୋର ଅହେତୁକ ଆଗ୍ରହ ଥିଲା, ତେଣୁ ମୋ ପକେଟ୍‌ରେ ସବୁବେଳେ ଗୋଟେ ଟେଷ୍ଟର ଓ ସ୍କ୍ରୁ ଡ଼୍ରାଇଭର ରଖିବାକୁ ମୁଁ ପସନ୍ଦ କରୁଥିଲି ।ମୋତେ ମିଳୁଥିବା ପକେଟ୍ ମନିରୁ ମୁଁ ମୋଟର, ଫିତା, ତାର ଭଳି ଉପକରଣ ଆଣି ନୂଆ ନୂଆ ଉଦ୍ଭାବନ ପାଇଁ ଚେଷ୍ଟା କରୁଥିଲି । କମ୍ ଖର୍ଚ୍ଚରେ ଏହାକୁ ପ୍ରସ୍ତୃତକରିବାକୁ ବିଭିନ୍ନ ସ୍ଥାନରୁ ସଗୃହିତ ପୁରୁଣା ପାର୍ଟସ୍ ଗୁଡ଼ିକ ବ୍ୟବହାର କରେ, ଅନେକ ସମୟରେ ସଫଳ ମଧ୍ୟ ହୁଏ ବୋଲି ଆଶିଷ କୁହନ୍ତି । ୪୬ ବର୍ଷ ବୟଷ୍କ ଆଶିଷ ମାହାନା  ସମ୍ବଲପୁର ଜିଲ୍ଳା, ସଲଦ୍ ପଞ୍ଚାୟତ ଅର୍ନଗତ ନୂଆ ରାମ୍ପେଲା ଗାଁର ଅଧିବାସୀ । ଅପରେସନାଲ୍ ମେନେଜମେଣ୍ଟରେ ଏମବିଏ୍  କରିବା ସହ ଟେଲି କମ୍ୟୁନିକେସନ୍‌, ଇଲେକଟ୍ରୋନିକ୍ସ, କମ୍ପୁଟର ହାର୍ଡ଼ୱେୟାର ବିଷୟ ଗୁଡ଼ିକରେ ଡ଼ିପ୍ଲୋମା ମଧ୍ୟ କରିଛନ୍ତି । ହିଣ୍ଡାଲକୋ ଇଣ୍ଡଟ୍ରିଜ୍‌ରେ ଆସିଷ୍ଟାଣ୍ଡଇଂଜିନିୟର ଭାବେ ଉତ୍ତମ ବେତନରେ ଚାକିରି କରୁଥିଲେ ହେଁ ଦୃଷ୍ଟିହୀନ ଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ତଆରି କରିବାର ନିଶା ପାଇଁ ୨୦୨୩ ରେ ଚାକିରିରୁସନ୍ୟାସ ନେଇଥିଲେ ଆଶିଷ । ଆଉ ତାପରେ ନିଜ ଉଦ୍ଭାବନା ପାଇଁ ଅବିରତ ଚେଷ୍ଟାରେ ଲାଗିପଡ଼ିଛନ୍ତି ସେ । ଆଉ ପଳସ୍ୱରୁପ ତାଙ୍କର ସ୍ୱପ୍ନର ପ୍ରକଳ୍ପ ଦୃଷ୍ଟିହୀନଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ବନେଇବାରେ ସଫଳ ହୋଇଛନ୍ତି ସେ ।   ୨୦୦୯ ମସିହାର କଥା ମୁଁ ଯେତେବେଳେ ମୋ କାମରେ ବାହାରିଥାଏ ମୁଁ ଦେଖିବାକୁ ପାଇଲି ଜଣେ ଦୃଷ୍ଟିହୀନ ବ୍ୟକ୍ତି ରାସ୍ତା ପାରିହେବାକୁ ଅନେକ ସଂଘର୍ଷକରୁଛନ୍ତି ଯାହା ମୋତେ ଆନ୍ଦୋଳିତ କରିଥିଲା, ମୁଁ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କଲି ସତ କିନ୍ତୁ ଏ ଘଟଣା ପରଠୁ ଦୃଷ୍ଟିହୀନ ଲୋକଙ୍କୁ ମୁଁ କେମିତିସାହାଯ୍ୟ କରିପାରିବି ସେ ପ୍ରଚେଷ୍ଟାରେ ଲାଗିପଡ଼ିଲି । ଆଉ ଫଳସ୍ୱରୁପ ଏକ ସ୍ମାର୍ଟ ସ୍ଟିକ୍ ତିଆରି କରିବାରେ ସଫଳ ହେଲି ଯାହା ଦୃଷ୍ଟହୀନ ଲୋକଙ୍କୁ ବିନାକାହାର ସାହାଯ୍ୟରେ ରାସ୍ତାରେ ଚଳପ୍ରଚଳ କରିବାକୁ ସାହାଯ୍ୟ କରିବ । ଏଇ ସ୍ମାର୍ଟ ଷ୍ଟିକ୍ ତିଆରି କରିସାରିବା ପରେ ମୁଁ ପ୍ରଥମେ ଏହାକୁ ନିଜ ସହରର ଜଣେଦୃଷ୍ଟିହୀନ ବ୍ୟକ୍ତିଙ୍କୁ ବ୍ୟବହାର ପାଇଁ ଦେଲି ଓ ତାଙ୍କ ମତାମତ ଆଧାରରେ ଏଥିରେ ପରିବର୍ତ୍ତନ କରି ଏଥିରେ ରହୁଥିବା ତ୍ରୃଟିକୁ ସଜାଡ଼ିଲି, ଏହା ଏବେ ବ୍ୟବହାରପାଇଁ ପୁରା ପ୍ରସ୍ତୃତ ବୋଲି ଆଶିଷ କୁହନ୍ତି । ଆଶିଷ ମାହାନା ଦୃଷ୍ଟିହୀନ ବ୍ୟକ୍ତିଙ୍କ ଚଳପ୍ରଚଳକୁ ସହଜ କରିବା ପାଇଁ ଉଭୟ ଇନ୍‌ଡ଼ୋର ଓ ଆଉଟ୍ ଡ଼ୋର୍ ଡ଼ିଭାଇସ୍ ପ୍ରସ୍ତୃତ କରିଛନ୍ତି । ଆଉଟ୍‌ଡ଼ୋର୍ ପାଇଁପ୍ରସ୍ତୃତ ହୋଇଥିବା ସ୍ମାର୍ଟ ସ୍ଟିକ୍‌ଟି ଜି.ପି.ଏସ୍ ଦ୍ୱାରା ପରିଚାଳିତ ଯାହା ୫ ଫୁଟ୍ ଦୁରରୁ ଆସୁଥିବା ବାଧା ବିଷୟରେ ସୁଚନା ଦେବ ଭାଇବ୍ରେସନ୍ ମାଧ୍ୟମରେ ।ସେହିଭଳି ଇନ୍‌ଡ଼ୋର୍‌ରେ ମଧ୍ୟ ଏକ ମଲ୍ଟି ସେନ୍ସର ଡ଼ିଭାଇସ୍ ପ୍ରସ୍ତୃତ ହୋଇଛି ଯାହା ଦୃଷ୍ଟିହୀନ ବ୍ୟକ୍ତିଙ୍କ ସୁରକ୍ଷିତ ଚଳପ୍ରଚଳ ପାଇଁ ବିଶେଷ ଭାବରେ ସାହାଯ୍ୟକରିବ  ଏବଂ କବାଟ ଓ ଝରକା ଥିବା ସ୍ଥାନ ସମ୍ପର୍କରେ ସୁଚନା ଦେବ । ମାହାନାଙ୍କର ଏଇ ଉଦ୍ଭାବନ ସମ୍ବଲପୁର ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ସତପଥିଙ୍କ ଦୃଷ୍ଟି ଆକର୍ଷଣ କଲା ସେ ମଧ୍ୟ ଏଇ ପ୍ରଚେଷ୍ଟାକୁ ବେଶ୍ ପ୍ରଶଂସାକରିଛନ୍ତି । ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ କାର୍ଯ୍ୟାଳୟ ଏଇ ପାଇଲଟ୍ ପ୍ରକଳ୍ପକୁ ଅନୁମୋଦନ କରିଛି ଫଳରେ ଏହାକୁ ସ୍ଥାନୀୟ ବିଦ୍ୟାଳୟର୧୦ ଜଣ ଛାତ୍ରଙ୍କୁ ଏଇ ଷ୍ଟିକ୍ ପ୍ରଦାନ କରାଯାଇଛି, ଯାହାର ଫଳାଫଳ ଭଲ ଆସିଲେ ଆଗାମୀ ଦିନମାନଙ୍କରେ ଏହାର ବ୍ୟାପକ ବ୍ୟବହାର ପାଇଁ ଚିନ୍ତାକରାଯାଇପାରିବ । ରାଜ୍ୟର ପ୍ରଥମ ଦୃଷ୍ଟିହୀନ ଓଏସ୍  ଅଫିସର ସଞ୍ଜୟ ବେହେରା ଏହାକୁ ବ୍ୟବହାର କରି ଖୁସୀଥିବା କଥା ତାଙ୍କ ଟ୍ୱିଟରରେ ପ୍ରକାଶ କରିଛନ୍ତି । ପ୍ରତିଦିନ ମୁଁ ଉଦ୍ଭାବନ ଗୁଡ଼ିକର ବିକାଶ ପାଇଁ କାମକରେ, ଆଗକୁ ମୋର ଲକ୍ଷ୍ୟ ରହିଛି ପତିରକ୍ଷା,ଅନୁସନ୍ଦାନ ସଂସ୍ଥା ଡ଼ିଆରଡ଼ିଓ ସହ କାମକରିବି ଫଳରେଦେଶପାଇଁ ମୁଁ କିଛି ଯୋଗଦାନ ଦେଇପାରିବି ବୋଲି ଆଶିଷ କୁହନ୍ତି ।   ୧୯୯୨ ମସିହାରୁ ଆଶିଷ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଉଦ୍ଭାବନ ଯାହା ଲୋକଙ୍କ ହିତରେ ଲାଗିସାରିଛି ଓ ଏହାପାଇଁ ତାଙ୍କୁ ଅନେକଥର ସମ୍ମାନିତ ମଧ୍ୟ କରାଯାଇଛି। ଏବେ ସେ ବିଭିନ୍ନ ଅନୁଷ୍ଠାନ ମାନଙ୍କରୁ ତାଙ୍କୁ ନିମନ୍ତ୍ରଣ ଆସୁଛି ଫଳରେ ସେ ତାଙ୍କ ଉଦ୍ଭାବନ ସମ୍ପର୍କରେ ପିଲାଙ୍କୁ ସଚେତନ ମଧ୍ୟ କରୁଛନ୍ତି । ସମାଜ ପାଇଁତାଙ୍କର ଏଇ ଉଦ୍ଭାବନ ସବୁଯେ ବେଶ୍ ସହାୟକ ଏଥିରେ ସନ୍ଦେହର ଅବକାଶ ନାହିଁ । ଆଶିଷ ମାହାନାଙ୍କୁ ଆମ ତରଫରୁ ଅନେକ ଅନେକ ସାଧୁବାଦ ।  

kamala-pujari
ଅସାଧାରଣ

ଜୈବିକ କୃଷିରେ ଅବଦାନ ପାଇଁ ସର୍ବଦା ମନେ ରହିବେ କମଳା ପୂଜାରୀ

3 Mins read
July 27, 2024

୨୦ ଜୁଲାଇ ୨୦୨୪ , ୭୬ ବର୍ଷର ଘଟଣା ବହୁଳ ଜୀବନଯାତ୍ରା ସାରି କମଳା ମା’ ଚାଲିଗଲେ ଆରପାରିକୁ, କିନ୍ତୁ ପଛରେ ଛାଡି ଦେଇଯାଇଛନ୍ତି ଜୈବିକ କୃଷିକୁ ନେଇ ଭବିଷ୍ୟତ ପିଢୀ ପାଇଁ ଅଜସ୍ର ପ୍ରେରଣା । ତାଙ୍କ ଗ୍ରାମ ପାତ୍ରପୁଟ ଆଜି ନିରବି ଯାଇଛି । ତାଙ୍କ ବିୟୋଗରେ ଗ୍ରାମବାସୀ କାନ୍ଦି ଉଠିଛନ୍ତି । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ବୟସାଧିକ କାରଣରୁ କିଡନୀ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ …

It's a proud moment for us that PM Shri Narendra M It's a proud moment for us that PM Shri Narendra Modi cited the name of Odia Boy- @RahulMaharana and appreciated his effort for 'plastic-free Beach' in the #MannkiBaat recently. 30kms away from the capital city of Odisha, this 22-year-old disposed of over 1-ton garbage from the Hental Mangrove forest in Astaranga. He has undertaken beach cleaning activities on more than 60 occasions and is also looking for others to join him.Improper disposal of garbage is the result of our negligence. We should understand the fact that mother earth may suffer its direct burden but its faraway impact will be on us.So, let's join hands for a clean world.#Joinhandsforcleanliness #RahulMaharana #lighthouse #BhitarkanikaWildlifeDivision #OdishaForestDepartment #CMOOdisha� #NaveenPatnaik #PMOIndia #MannkiBaat#MinistryofEnvironmentForestandClimateChangehttps://inspiringodisha.com/a-solo-endeavor-for-a-plastic-free-marine-stretch/
Blindness is not an inefficacy. This fact is prove Blindness is not an inefficacy. This fact is proven by 23-year-old Soundarya Kumar Pradhan of Boden in the Sambalpur district of Odisha over and over again in his life. This international chess player withstood each obstacle with courage and excelled both in his academics and career with shining colors.Learn more about this young talent of Odisha. Click the link below: Soundarya Pradhan Prachurya PradhanPM Narendra Modi Naveen Patnaik #vishwanathananad #sportsministryofindiaLink to the whole story: https://inspiringodisha.com/blind-chess-player-soundarya/
As DAMaN (an odia featured movie) is outpacing the As DAMaN (an odia featured movie) is outpacing the state's boundary and touching everyone's heart with its fresh yet down-to-earth content, Inspiring Odisha is admirably doing some effort to focus on the brain behind it.Meet Debi Prasad Lenka, the movie director, and writer who showed the guts to experiment with something new in odia regional cinema and set an example for everyone.This new series of INSPIRING, TALKS will narrate the inspiring journey of this young director and what other aspirants can learn from his experience!Stay tuned... Tap the link.https://www.youtube.com/watch?v=_gUgr_dedKw#debiprasadlenka #damanmovie #VishalMourya #PresidentOfIndia #NarendraModi #CMOdisha #ollywoodindustry #ftii #babushanmohanty #dependrasamal #odiacinema
https://inspiringodisha.com/a-lone-endeavour-to-co https://inspiringodisha.com/a-lone-endeavour-to-connect.../Dhaneswar Pradhan, an ordinary waged laborer of Odisha’s Kandhamal district built a 6 km long road alone just to connect his isolated Bandopanka village to the only motorable road that connects Kerubadi. Swayed by his lone endeavor for the well-being of his village now the local government as well as the villager extended a supporting hand to him.Know about his story of lone dedication and perseverance by clicking on the link above.
It's the story of a scientist who devoted his whol It's the story of a scientist who devoted his whole life to the conservation of the vulnerable or extinct rice genus in the Rayagada district of Odisha. His unique way of rice exchange with the farmers for retaining the rice species has replenished his collection in his rice bank. But his struggle is not over, he has to go the extra mile for reversing the vulnerable rice species.#DrDebalDebandBeyondDevelopmentality #vrihi #basudhahttps://inspiringodisha.com/on-a-trail-to-preserve.../
Tike Khusi is a way to pour happiness in the faces Tike Khusi is a way to pour happiness in the faces of people. Through the small initiative, Ranjan Kumar Patra Patra is creating a series of memory with a mere touch of surprise and happiness. And this work in return gives him immense contentment.A yoga teacher by profession and a cameraholic by passion only aim his work would able to curtail the amount of stress in the lives of people.📸#lighthousehttps://inspiringodisha.com/tike-khusi-the-gift-of-joy/
Follow on Instagram
A Positive Media Movement by Lighthouse
BRIGHT, BRAVE and BEAUTIFUL stories from Odisha
  • Home
  • About
  • Contact
BRIGHT, BRAVE and BEAUTIFUL stories from Odisha
  • Home
  • ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଆମ ବିଷୟରେ ଜାଣନ୍ତୁ
  • ଯୋଗାଯୋଗ
Switch Language
  • English
  • ଓଡ଼ିଆ
Our site uses cookies. Learn more about our use of cookies: cookie policy
I accept use of cookies