• ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
  • ବିଭାଗ
    • ସଶକ୍ତିକରଣ
    • ଭିଡିଓ କାହାଣୀ
    • ପରିବେଶ
    • ସଂରକ୍ଷଣ
    • ଅସାଧାରଣ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
BRIGHT, BRAVE and BEAUTIFUL stories from Odisha
ଅସାଧାରଣ

ଖବର କାଗଜ ଓ ପତ୍ର ପତ୍ରିକା ସଂଗ୍ରହ କରିବା ନିଶାରେ ରାଜକିଶୋର

No Comments
June 19, 2023
1 Min read
311 Views

ବିଗତ ୨୦ ବର୍ଷର ଗବେଷଣା ଆଉ ସଂଗ୍ରହ, ତା ପୁଣି ବିଭିନ୍ନ ଭାଷାର ଖବର କାଗଜ ଓ ପତ୍ର ପତ୍ରିକାର । ଏପରି ନିଶାରେ ମଗ୍ନ ନିର୍ମାଣ ବିଭାଗରେ କାର୍ଯ୍ୟରତ ଜଣେ ସହକାରୀ ଇଞ୍ଜିନିୟର – ରାଜ କିଶୋର ଷଡଙ୍ଗୀ । ରାଜଧାନୀ ଭୁବନେଶ୍ଵରରେ ନିଜର କର୍ମ ଓ ସାଧନାର କ୍ଷେତ୍ର ସଜାଇଥିବା ରାଜକିଶୋରଙ୍କର ଜନ୍ମ ଅନୁଗୁଳ ଜିଲ୍ଲାର କିଶୋର ନଗରରେ ।

ସ୍ଵାଧୀନତା ପୂର୍ବରୁ ଓଡିଶାରେ ପାଖାପାଖି ୫୦ ପ୍ରକାରରୁ ଊର୍ଦ୍ଧ୍ଵ ଖବରକାଗଜ ଓ ୭୫ ପ୍ରକାରରୁ ଊର୍ଦ୍ଧ୍ଵ ସାହିତ୍ୟ ପତ୍ରିକା ପ୍ରକାଶ ପାଉଥିଲା ।ଯଦି ଏସବୁର ହିସାବ ରଖା ନଯାଏ, ତେବେ ପରବର୍ତ୍ତୀ ପୀଢି ଏ ବିଷୟରେ କିଛି ଜାଣି ପାରିବ ନାହିଁ । ଖବର କାଗଜ ଓ ପତ୍ର ପତ୍ରିକା ଉପରେ ଗବେଷଣା କରି ବର୍ତ୍ତମାନ ସୁଦ୍ଧା ମୁଁ ୩୦୦୦ ରୁ ଉର୍ଦ୍ଧ୍ଵ ଓଡିଆ ଭାଷାରେ ଖବର କାଗଜ ସନ୍ଧାନ ପାଇ ସାରିଛି। ତା ମଧ୍ୟରୁ ୧୮୫୦ ପ୍ରକାର ଖବରକାଗଜ ସଂଗ୍ରହ ମୋ ପାଖରେ ରହିଛି। ତନ୍ମଧ୍ୟରୁ ୨୪୦ ପ୍ରକାର ଦୈନିକ ଖବର କାଗଜ, ୬୪୦ ପ୍ରକାର ସାପ୍ତାହିକ, ୪୬୦ ପ୍ରକାରର ପାକ୍ଷିକ ଓ ୫୭୦ ପ୍ରକାର ମାସିକ ଖବରକାଗଜ ରହିଛି ।

କେବଳ ଖବର କାଗଜ ନୁହେଁ, ଓଡିଶା ଏବଂ ଓଡିଶା ବାହାରୁ ପ୍ରକାଶିତ ହୋଇଥିବା ୩୫୦୦ ପ୍ରକାରର ସାହିତ୍ୟ ପତ୍ରିକା ମଧ୍ୟରୁ ରାଜକିଶୋରଙ୍କ ପାଖରେ ରହିଛି ୧୮୧୦ ପ୍ରକାର ପତ୍ରିକା ସଂଗ୍ରହ । ଏହା ମଧ୍ୟରୁ ଓଡିଶା ବାହାରୁ ପ୍ରକାଶିତ ୭୦ପ୍ରକାରର ସାହିତ୍ୟ ପତ୍ରିକାର ସଂଗ୍ରହ ରହିଛି । ସେହିପରି ୬୯୦ ପ୍ରକାର ଶିଶୁ ପତ୍ରିକା ମଧ୍ୟରୁ ୨୮୮ ପ୍ରକାର ପତ୍ରିକା ଏବଂ ୫୨୦ ପ୍ରକାରର ଆଧ୍ୟାତ୍ମିକ ପତ୍ରିକା ମଧ୍ୟରୁ ୨୫୦ ପ୍ରକାରର ସଂଗ୍ରହ ରହିଛି ରାଜକିଶୋରଙ୍କ ପାଖରେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ, ଶିକ୍ଷା, ବିଜ୍ଞାନ, କୃଷି, ଉଦ୍ୟୋଗ, ଆଇନ, ମହିଳା, ଶ୍ରମ, ବ୍ୟଙ୍ଗ, ସମାଲୋଚନା, ବିଭିନ୍ନ ଧର୍ମ ଶାସ୍ତ୍ର ଓ ଜନଜାତି ସମ୍ବନ୍ଧୀୟ ଅନେକ ପତ୍ରପତ୍ରିକା, ସ୍ମରଣିକା ଆଦି ମଧ୍ୟ ତାଙ୍କ ସଂଗ୍ରହରେ ରହିଛି । 

ନୟାଗଡର ଦାଶରଥୀ ପାଠାଗାରକୁ ଛାଡିଦେଲେ ଓଡିଶାର କୌଣସିଠାରେ ପତ୍ରପତ୍ରିକାକୁ ନେଇ ସ୍ଵତନ୍ତ୍ର  ସଂଗ୍ରହାଳୟଟିଏ ନାହିଁ । ପତ୍ର ପତ୍ରିକା ସବୁର ପରିଚୟ ଉପରେ ପୁସ୍ତକ ପ୍ରକାଶ କରିବା ସାଙ୍ଗକୁ ସ୍ଵତନ୍ତ୍ର ସଂଗ୍ରହାଳୟଟିଏ ସ୍ଥାପନ କରିବା ମୋର ଲକ୍ଷ୍ୟ । ଏ ଦିଗରେ ମୋର ପ୍ରଚେଷ୍ଟା ଜାରି ରହିଛି ।  ଆଉ ଏଥିପାଇଁ ମୁଁ ସମସ୍ତଙ୍କ ସହଯୋଗ କାମନା କରୁଛି । କାରଣ ଆଜିର ଘଟଣା କାଲିର ଇତିହାସ । ତେଣୁ ଆଜି ଯାହା ସଂରକ୍ଷିତ ହେବ ତାହା ହେବ ଆଗାମୀ ପିଢୀ ପାଇଁ ବହୁମୂଲ୍ୟ ସମ୍ପଦ ।

 ଏହା ହଉଛି ସମାଜ ପାଇଁ ଉନ୍ନତ ଚିନ୍ତାଧାରା, ରାଜକିଶୋର ତାଙ୍କର ଲକ୍ଷ୍ୟରେ ସଫଳ ହୁଅନ୍ତୁ । ତାଙ୍କୁ ଆମର ଅଜସ୍ର ସାଧୁବାଦ  । 

ଖବରକାଗଜ ପତ୍ରିକା ସଂଗ୍ରହ
Shares
Write Comment
Leave a Reply Cancel reply

Your email address will not be published. Required fields are marked *

Previous Post

ନିଶାମୁକ୍ତ ସମାଜ ପାଇଁ ସଂକଳ୍ପ 

Next Post

ମହୁଆ ମିଟୁ – ମହୁଚାଷୀଙ୍କ ଦିଗଦର୍ଶକ

You might also like
ramjit-sanali-digitization
ଅସାଧାରଣ

ସାନ୍ତାଳି ଭାଷାର ଡିଜିଟାଇଜେସନରେ ସମର୍ପିତ ରାମଜିତ

3 Mins read
October 22, 2024

ଭାଷା କେବଳ ଏକ ଯୋଗାଯୋଗର ମାଧ୍ୟମ ନୁହେଁ; ଏହା ସଂସ୍କୃତି, ଆବେଗ, ଏବଂ ସାମୁଦାୟିକ ଇତିହାସର ମଧ୍ୟ ବାହକ। କିନ୍ତୁ କାଳଗର୍ଭରେ ଅନେକ ପୁରାତନ ଜନଜାତିଙ୍କ ଭାଷା ଧୀରେ ଧୀରେ ବିଲୁପ୍ତ ହେବାକୁ ଲାଗିଛି, ସେଥିପାଇଁ ସେଗୁଡ଼ିକୁ ସୁରକ୍ଷିତ ରଖିବାର ଆବଶ୍ୟକତା ବଢିଛି । ଏହାର ଗୁରୁତ୍ୱକୁ ଉପଲବ୍ଧି କରିପାରି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା ଗୋବିନ୍ଦପୁରର ୨୮ ବର୍ଷୀୟ ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର ରାମଜିତ ଟୁଡୁ ସାନ୍ତାଳି ଭାଷାକୁ ଡିଜିଟାଲ୍ ଯୁଗରେ ମଧ୍ୟ ବଂଚାଇ ରଖିବା ପାଇଁ …

gadget
ଅସାଧାରଣ

ଉଦ୍ଭାବନ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ କରିବାର ସଙ୍କଳ୍ପ ନେଇଛନ୍ତି ଆଶିଷ

1 Min read
October 8, 2024

ଜୀବନଟା କେତେ ଲମ୍ବା ହେବ ତା ଆମ ହାତରେ ନାହିଁ କିନ୍ତୁ ଜୀବନଟା କେମିତି ହେବ ତା ଆମ ହାତରେ ଅଛି । ଇଶ୍ୱରଙ୍କ ସୃଷ୍ଟିରେ ନିଜକୁ ଶ୍ରେଷ୍ଠ ବୋଲାଉଥିବାଆମେ ମଣିଷମାନେ ଆଜିର ଦିନରେ ନିଜ ସ୍ୱାର୍ଥ ସାଧନରେ ଲାଗିପଡ଼ିଛନ୍ତି । କ୍ୱଚିତ୍ ଲୋକ ଅଛନ୍ତି ଯେଉଁମାନେ ନିଜସହ ମଣିଷ ସମାଜର କଥା ଭାବନ୍ତି, ଆଉନିଜର ବଳିଷ୍ଠ ଯୋଗଦାନ ମାଧ୍ୟମରେ ଅନେକଙ୍କର ଜୀବନକୁ କରିଦିଅନ୍ତି ସହଜ । ଏମିତି ଜଣେ ବିକ୍ତିତ୍ୱ ହେଲେ ଆଶିଷ ମାହାନା, ପେଷାରେ ଜଣେ ଇଂଜିନିୟର ଭାବେ କାମ କରୁଥିବା ଆଶିଷଙ୍କ ନିଶା କିନ୍ତୁ ନୂଆ ନୂଆ ଉଦ୍ଭାବନ, ଯାହା ଅନ୍ୟରଜୀବନକୁ ସହଜ କରିବାରେ ସାହାଯ୍ୟ କରିବ । ପେଶାରେ ରହି ନିଜ ଉଦ୍ଭାବନ ପାଇଁ ଉପଯୁକ୍ତ ସମୟ ଦେଇନପାରିବାରୁ ଇଂଜିନିୟରିଂରୁ ସନ୍ୟାସ ନେଲେଆଷିଶ । ତାଙ୍କଦ୍ୱାରା ନିକଟରେ ପ୍ରସ୍ତୁତ ହୋଇଥିବା ସ୍ମାର୍ଟ ଷ୍ଟିକ୍ ଦୃଷ୍ଟିହୀନ ଲୋକଙ୍କ ପାଇଁ ବରଦାନ କହିଲେ ଅତ୍ୟୁ୍‌କ୍ତି ହେବନାହିଁ । ଏହାକୁ ଏମିତି ଭାବେଡ଼ିଜାଇନ୍ କରାଯାଇଛି ଯେ ଜଣେ ଦୃଷ୍ଟିହୀନ ଲୋକ ପାଇଁ ଏହା ଗାଇଡ଼୍ ଭଳି ସହାଯ୍ୟ କରିବ ଫଳରେ ଯିବାଆସିବା ପାଇଁ ଏମାନଙ୍କ ଆଉ ଅନ୍ୟ ଉପରେ ନିର୍ଭରକରିବାକୁ ପଡ଼ିବ ନାହିଁ । ପିଲାବେଳୁ ବିଜ୍ଞାନ ପ୍ରତି ମୋର ଅହେତୁକ ଆଗ୍ରହ ଥିଲା, ତେଣୁ ମୋ ପକେଟ୍‌ରେ ସବୁବେଳେ ଗୋଟେ ଟେଷ୍ଟର ଓ ସ୍କ୍ରୁ ଡ଼୍ରାଇଭର ରଖିବାକୁ ମୁଁ ପସନ୍ଦ କରୁଥିଲି ।ମୋତେ ମିଳୁଥିବା ପକେଟ୍ ମନିରୁ ମୁଁ ମୋଟର, ଫିତା, ତାର ଭଳି ଉପକରଣ ଆଣି ନୂଆ ନୂଆ ଉଦ୍ଭାବନ ପାଇଁ ଚେଷ୍ଟା କରୁଥିଲି । କମ୍ ଖର୍ଚ୍ଚରେ ଏହାକୁ ପ୍ରସ୍ତୃତକରିବାକୁ ବିଭିନ୍ନ ସ୍ଥାନରୁ ସଗୃହିତ ପୁରୁଣା ପାର୍ଟସ୍ ଗୁଡ଼ିକ ବ୍ୟବହାର କରେ, ଅନେକ ସମୟରେ ସଫଳ ମଧ୍ୟ ହୁଏ ବୋଲି ଆଶିଷ କୁହନ୍ତି । ୪୬ ବର୍ଷ ବୟଷ୍କ ଆଶିଷ ମାହାନା  ସମ୍ବଲପୁର ଜିଲ୍ଳା, ସଲଦ୍ ପଞ୍ଚାୟତ ଅର୍ନଗତ ନୂଆ ରାମ୍ପେଲା ଗାଁର ଅଧିବାସୀ । ଅପରେସନାଲ୍ ମେନେଜମେଣ୍ଟରେ ଏମବିଏ୍  କରିବା ସହ ଟେଲି କମ୍ୟୁନିକେସନ୍‌, ଇଲେକଟ୍ରୋନିକ୍ସ, କମ୍ପୁଟର ହାର୍ଡ଼ୱେୟାର ବିଷୟ ଗୁଡ଼ିକରେ ଡ଼ିପ୍ଲୋମା ମଧ୍ୟ କରିଛନ୍ତି । ହିଣ୍ଡାଲକୋ ଇଣ୍ଡଟ୍ରିଜ୍‌ରେ ଆସିଷ୍ଟାଣ୍ଡଇଂଜିନିୟର ଭାବେ ଉତ୍ତମ ବେତନରେ ଚାକିରି କରୁଥିଲେ ହେଁ ଦୃଷ୍ଟିହୀନ ଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ତଆରି କରିବାର ନିଶା ପାଇଁ ୨୦୨୩ ରେ ଚାକିରିରୁସନ୍ୟାସ ନେଇଥିଲେ ଆଶିଷ । ଆଉ ତାପରେ ନିଜ ଉଦ୍ଭାବନା ପାଇଁ ଅବିରତ ଚେଷ୍ଟାରେ ଲାଗିପଡ଼ିଛନ୍ତି ସେ । ଆଉ ପଳସ୍ୱରୁପ ତାଙ୍କର ସ୍ୱପ୍ନର ପ୍ରକଳ୍ପ ଦୃଷ୍ଟିହୀନଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ବନେଇବାରେ ସଫଳ ହୋଇଛନ୍ତି ସେ ।   ୨୦୦୯ ମସିହାର କଥା ମୁଁ ଯେତେବେଳେ ମୋ କାମରେ ବାହାରିଥାଏ ମୁଁ ଦେଖିବାକୁ ପାଇଲି ଜଣେ ଦୃଷ୍ଟିହୀନ ବ୍ୟକ୍ତି ରାସ୍ତା ପାରିହେବାକୁ ଅନେକ ସଂଘର୍ଷକରୁଛନ୍ତି ଯାହା ମୋତେ ଆନ୍ଦୋଳିତ କରିଥିଲା, ମୁଁ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କଲି ସତ କିନ୍ତୁ ଏ ଘଟଣା ପରଠୁ ଦୃଷ୍ଟିହୀନ ଲୋକଙ୍କୁ ମୁଁ କେମିତିସାହାଯ୍ୟ କରିପାରିବି ସେ ପ୍ରଚେଷ୍ଟାରେ ଲାଗିପଡ଼ିଲି । ଆଉ ଫଳସ୍ୱରୁପ ଏକ ସ୍ମାର୍ଟ ସ୍ଟିକ୍ ତିଆରି କରିବାରେ ସଫଳ ହେଲି ଯାହା ଦୃଷ୍ଟହୀନ ଲୋକଙ୍କୁ ବିନାକାହାର ସାହାଯ୍ୟରେ ରାସ୍ତାରେ ଚଳପ୍ରଚଳ କରିବାକୁ ସାହାଯ୍ୟ କରିବ । ଏଇ ସ୍ମାର୍ଟ ଷ୍ଟିକ୍ ତିଆରି କରିସାରିବା ପରେ ମୁଁ ପ୍ରଥମେ ଏହାକୁ ନିଜ ସହରର ଜଣେଦୃଷ୍ଟିହୀନ ବ୍ୟକ୍ତିଙ୍କୁ ବ୍ୟବହାର ପାଇଁ ଦେଲି ଓ ତାଙ୍କ ମତାମତ ଆଧାରରେ ଏଥିରେ ପରିବର୍ତ୍ତନ କରି ଏଥିରେ ରହୁଥିବା ତ୍ରୃଟିକୁ ସଜାଡ଼ିଲି, ଏହା ଏବେ ବ୍ୟବହାରପାଇଁ ପୁରା ପ୍ରସ୍ତୃତ ବୋଲି ଆଶିଷ କୁହନ୍ତି । ଆଶିଷ ମାହାନା ଦୃଷ୍ଟିହୀନ ବ୍ୟକ୍ତିଙ୍କ ଚଳପ୍ରଚଳକୁ ସହଜ କରିବା ପାଇଁ ଉଭୟ ଇନ୍‌ଡ଼ୋର ଓ ଆଉଟ୍ ଡ଼ୋର୍ ଡ଼ିଭାଇସ୍ ପ୍ରସ୍ତୃତ କରିଛନ୍ତି । ଆଉଟ୍‌ଡ଼ୋର୍ ପାଇଁପ୍ରସ୍ତୃତ ହୋଇଥିବା ସ୍ମାର୍ଟ ସ୍ଟିକ୍‌ଟି ଜି.ପି.ଏସ୍ ଦ୍ୱାରା ପରିଚାଳିତ ଯାହା ୫ ଫୁଟ୍ ଦୁରରୁ ଆସୁଥିବା ବାଧା ବିଷୟରେ ସୁଚନା ଦେବ ଭାଇବ୍ରେସନ୍ ମାଧ୍ୟମରେ ।ସେହିଭଳି ଇନ୍‌ଡ଼ୋର୍‌ରେ ମଧ୍ୟ ଏକ ମଲ୍ଟି ସେନ୍ସର ଡ଼ିଭାଇସ୍ ପ୍ରସ୍ତୃତ ହୋଇଛି ଯାହା ଦୃଷ୍ଟିହୀନ ବ୍ୟକ୍ତିଙ୍କ ସୁରକ୍ଷିତ ଚଳପ୍ରଚଳ ପାଇଁ ବିଶେଷ ଭାବରେ ସାହାଯ୍ୟକରିବ  ଏବଂ କବାଟ ଓ ଝରକା ଥିବା ସ୍ଥାନ ସମ୍ପର୍କରେ ସୁଚନା ଦେବ । ମାହାନାଙ୍କର ଏଇ ଉଦ୍ଭାବନ ସମ୍ବଲପୁର ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ସତପଥିଙ୍କ ଦୃଷ୍ଟି ଆକର୍ଷଣ କଲା ସେ ମଧ୍ୟ ଏଇ ପ୍ରଚେଷ୍ଟାକୁ ବେଶ୍ ପ୍ରଶଂସାକରିଛନ୍ତି । ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ କାର୍ଯ୍ୟାଳୟ ଏଇ ପାଇଲଟ୍ ପ୍ରକଳ୍ପକୁ ଅନୁମୋଦନ କରିଛି ଫଳରେ ଏହାକୁ ସ୍ଥାନୀୟ ବିଦ୍ୟାଳୟର୧୦ ଜଣ ଛାତ୍ରଙ୍କୁ ଏଇ ଷ୍ଟିକ୍ ପ୍ରଦାନ କରାଯାଇଛି, ଯାହାର ଫଳାଫଳ ଭଲ ଆସିଲେ ଆଗାମୀ ଦିନମାନଙ୍କରେ ଏହାର ବ୍ୟାପକ ବ୍ୟବହାର ପାଇଁ ଚିନ୍ତାକରାଯାଇପାରିବ । ରାଜ୍ୟର ପ୍ରଥମ ଦୃଷ୍ଟିହୀନ ଓଏସ୍  ଅଫିସର ସଞ୍ଜୟ ବେହେରା ଏହାକୁ ବ୍ୟବହାର କରି ଖୁସୀଥିବା କଥା ତାଙ୍କ ଟ୍ୱିଟରରେ ପ୍ରକାଶ କରିଛନ୍ତି । ପ୍ରତିଦିନ ମୁଁ ଉଦ୍ଭାବନ ଗୁଡ଼ିକର ବିକାଶ ପାଇଁ କାମକରେ, ଆଗକୁ ମୋର ଲକ୍ଷ୍ୟ ରହିଛି ପତିରକ୍ଷା,ଅନୁସନ୍ଦାନ ସଂସ୍ଥା ଡ଼ିଆରଡ଼ିଓ ସହ କାମକରିବି ଫଳରେଦେଶପାଇଁ ମୁଁ କିଛି ଯୋଗଦାନ ଦେଇପାରିବି ବୋଲି ଆଶିଷ କୁହନ୍ତି ।   ୧୯୯୨ ମସିହାରୁ ଆଶିଷ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଉଦ୍ଭାବନ ଯାହା ଲୋକଙ୍କ ହିତରେ ଲାଗିସାରିଛି ଓ ଏହାପାଇଁ ତାଙ୍କୁ ଅନେକଥର ସମ୍ମାନିତ ମଧ୍ୟ କରାଯାଇଛି। ଏବେ ସେ ବିଭିନ୍ନ ଅନୁଷ୍ଠାନ ମାନଙ୍କରୁ ତାଙ୍କୁ ନିମନ୍ତ୍ରଣ ଆସୁଛି ଫଳରେ ସେ ତାଙ୍କ ଉଦ୍ଭାବନ ସମ୍ପର୍କରେ ପିଲାଙ୍କୁ ସଚେତନ ମଧ୍ୟ କରୁଛନ୍ତି । ସମାଜ ପାଇଁତାଙ୍କର ଏଇ ଉଦ୍ଭାବନ ସବୁଯେ ବେଶ୍ ସହାୟକ ଏଥିରେ ସନ୍ଦେହର ଅବକାଶ ନାହିଁ । ଆଶିଷ ମାହାନାଙ୍କୁ ଆମ ତରଫରୁ ଅନେକ ଅନେକ ସାଧୁବାଦ ।  

kamala-pujari
ଅସାଧାରଣ

ଜୈବିକ କୃଷିରେ ଅବଦାନ ପାଇଁ ସର୍ବଦା ମନେ ରହିବେ କମଳା ପୂଜାରୀ

3 Mins read
July 27, 2024

୨୦ ଜୁଲାଇ ୨୦୨୪ , ୭୬ ବର୍ଷର ଘଟଣା ବହୁଳ ଜୀବନଯାତ୍ରା ସାରି କମଳା ମା’ ଚାଲିଗଲେ ଆରପାରିକୁ, କିନ୍ତୁ ପଛରେ ଛାଡି ଦେଇଯାଇଛନ୍ତି ଜୈବିକ କୃଷିକୁ ନେଇ ଭବିଷ୍ୟତ ପିଢୀ ପାଇଁ ଅଜସ୍ର ପ୍ରେରଣା । ତାଙ୍କ ଗ୍ରାମ ପାତ୍ରପୁଟ ଆଜି ନିରବି ଯାଇଛି । ତାଙ୍କ ବିୟୋଗରେ ଗ୍ରାମବାସୀ କାନ୍ଦି ଉଠିଛନ୍ତି । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ବୟସାଧିକ କାରଣରୁ କିଡନୀ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ …

It doesn't demand an extraordinary skill to save a It doesn't demand an extraordinary skill to save a dying person in a road accident rather than standing as a mere spectator. Instead, it requires humane emotion to save the person who is swinging between life and death. A truck driver from Jagatsinghpur of Odisha saved more than 400 lives because being a human being he is aware of his duties. Click the link below to read more about him..⬇⬇https://inspiringodisha.com/a-truck-driver-saved-more.../
https://inspiringodisha.com/a-lone-endeavour-to-co https://inspiringodisha.com/a-lone-endeavour-to-connect.../Dhaneswar Pradhan, an ordinary waged laborer of Odisha’s Kandhamal district built a 6 km long road alone just to connect his isolated Bandopanka village to the only motorable road that connects Kerubadi. Swayed by his lone endeavor for the well-being of his village now the local government as well as the villager extended a supporting hand to him.Know about his story of lone dedication and perseverance by clicking on the link above.
An animal geneticist has been investigating the na An animal geneticist has been investigating the native livestock breeds of Odisha for the last two decades. His research laid 8 native breeds to get registered and secure their Intellectual Property (IP) rights.  #people #innovation #newideas #savenativebreeds #OUAT #animalGenetics #CMOOdisha #PMOIndiahttps://inspiringodisha.com/an-effort-to-make-native.../
It's the story of a scientist who devoted his whol It's the story of a scientist who devoted his whole life to the conservation of the vulnerable or extinct rice genus in the Rayagada district of Odisha. His unique way of rice exchange with the farmers for retaining the rice species has replenished his collection in his rice bank. But his struggle is not over, he has to go the extra mile for reversing the vulnerable rice species.#DrDebalDebandBeyondDevelopmentality #vrihi #basudhahttps://inspiringodisha.com/on-a-trail-to-preserve.../
During the time of the test, one has to choose bet During the time of the test, one has to choose between running away or facing it. Puja and Ambuja faced the nadir in their life with great courage that came in disguise of covid-19, won, and were gifted with a sweet daughter. Here is the story of their benevolence and dare.click here⬇️⬇️https://inspiringodisha.com/battled-covid-to-be-a-mother/
Madhusmita Prusty since the advent of the pandemic Madhusmita Prusty since the advent of the pandemic has been performing the last rites of unclaimed dead bodies, especially COVID-19 patients tirelessly. According to her, the funeral is the noblest work a person can do that brings merit for the afterlife. Read what inspired her to opt for a distinct profession.https://inspiringodisha.com/last-comrade-of-unclaimed-souls/
Follow on Instagram
A Positive Media Movement by Lighthouse
BRIGHT, BRAVE and BEAUTIFUL stories from Odisha
  • Home
  • About
  • Contact
BRIGHT, BRAVE and BEAUTIFUL stories from Odisha
  • Home
  • ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଆମ ବିଷୟରେ ଜାଣନ୍ତୁ
  • ଯୋଗାଯୋଗ
Switch Language
  • English
  • ଓଡ଼ିଆ
Our site uses cookies. Learn more about our use of cookies: cookie policy
I accept use of cookies