• ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
  • ବିଭାଗ
    • ସଶକ୍ତିକରଣ
    • ଭିଡିଓ କାହାଣୀ
    • ପରିବେଶ
    • ସଂରକ୍ଷଣ
    • ଅସାଧାରଣ
  • ଓଡ଼ିଆ
    • English
    • ଓଡ଼ିଆ
BRIGHT, BRAVE and BEAUTIFUL stories from Odisha
BRIGHT, BRAVE and BEAUTIFUL stories from Odisha
ଅସାଧାରଣ

ଦେବଦୂତ ପାଲଟିଛନ୍ତି ଡ୍ରାଇଭର୍‌ ଭାଇ

No Comments
December 28, 2021
2 Mins read
432 Views
pankaj-tarai-saviour

ଗତ 16 ବର୍ଷ ମଧ୍ୟରେ ସଡକ ଦୁର୍ଘଟଣାରେ 400 ରୁ ଅଧିକ ଲୋକଙ୍କ ଜୀବନ ରକ୍ଷା କରିଛନ୍ତି ୩୮ ବର୍ଷୀୟ ପଙ୍କଜ

ସ୍ବାର୍ଥ ନ ଥିଲେ ଆଜିର ଦୁନିଆରେ କେହି କାହାକୁ ଖୋଜୁନାହାନ୍ତି। ବର୍ତ୍ତମାନର ପିଢ଼ି ଏ ସମ୍ପର୍କର ମୂଲ୍ୟବୋଧକୁ ଏକରକମ ପାଶୋରି ଗଲାଣି। ଜ୍ଞାତି, ପରିଜନଙ୍କୁ ଅସୁବିଧାରେ ସାହାଯ୍ୟ କରିବା ପୂର୍ବରୁ ଆମକୁ ଭାବିବାକୁ ପଡ଼ୁଛି। ଏପରି ସ୍ଥିତିରେ ଅଜଣା ଲୋକଟେ ପାଇଁ  ଦରଦ ଆସିବ କିପରି । ଏକବିଂଶ ଶତାବ୍ଦୀର ସ୍ମାର୍ଟ ଯୁଗର ବଡ଼ବଡ଼ିଆଙ୍କ ପାଇଁ ଏକ ଆଖିଦୃଶିଆ ଉଦାହରଣ ପାଲଟିଛନ୍ତି ପଙ୍କଜ କୁମାର ତରାଇ।

ଜଗତସିଂହପୁର କୁଜଙ୍ଗ ବ୍ଲକ୍‌ସ୍ଥିତ ହସିନା ଗ୍ରାମର ବାସିନ୍ଦା ହେଲେ ୩୮ ବର୍ଷୀୟ ପଙ୍କଜ। ବୃତ୍ତିରେ ଜଣେ ଟ୍ରକ୍ ଚାଳକ, ସମସ୍ତଙ୍କର ସେ ହେଲେ ପ୍ରିୟ ଡ୍ରାଇଭର୍‌ ଭାଇ। ଏଇ ନାଁଟିରେ ପାଖଆଖ ୧୦ ଖଣ୍ଡ ଗାଁରେ ପଙ୍କଜ ଲୋକପ୍ରିୟ। ସୁନା ହୃଦୟର ମଣିଷଟେ। ଜଗତସିଂହପୁରର ଯେ କୌଣସି ଅଞ୍ଚଳରେ ରାସ୍ତା ଦୁର୍ଘଟଣା ହେଲେ, କିଛି ସମୟ ମଧ୍ୟରେ ପଙ୍କଜଙ୍କ ପାଖେ ଖବର ପହଞ୍ଚିଯାଏ। ଏଇ ଯୁବକଜଣକ ଖବର ପାଇବା ମାତ୍ରକେ ନିଜ ତତ୍ପରତା ଦେଖାନ୍ତି। ସାଙ୍ଗେସାଙ୍ଗେ ନିଜେ ପହଞ୍ଚିବାକୁ ଚେଷ୍ଟା କରନ୍ତି, ନଚେତ୍ ଯୋଗାଯୋଗ କରି ଅନ୍ୟ କାହାକୁ ପଠାଇ ଦିଅନ୍ତି। ଦୁର୍ଘଟଣାରେ ଆହତ ଲୋକଟି ଯେପରି ଶୀଘ୍ର ଚିକିତ୍ସା ସେବା ପାଉ, କେବଳ ସେହି ଗୋଟିଏ ଲକ୍ଷ୍ୟ ପଙ୍କଜଙ୍କର ଥାଏ। ଜଗତସିଂହପୁରର ପ୍ରିୟ ଡ୍ରାଇଭର୍ ଭାଇନା ଏଇ କାମ ଆଜିକାଲି ଆରମ୍ଭ କରିନାହାନ୍ତି। ୧୬ ବର୍ଷ ହେଲା ସେ ଏହି ମାନବସେବା କରିଆସୁଛନ୍ତି। 

୨୦୦୫ରେ କଟକ-ପାରାଦୀପ ରାସ୍ତାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିଲା। ପଙ୍କଜଙ୍କ ଆଖି ସାମ୍ନାରେ ଏସବୁ ଘଟିଥିଲା। ଆହତ ଲୋକଙ୍କ ଉଦ୍ଧାର ପାଇଁ କେହି ନିଜନିଜ ଗାଡ଼ିରୁ ଓହ୍ଲାଇନଥିଲେ। ସେମାନଙ୍କ ପ୍ରାଣବାୟୁ ଉଡ଼ିଗଲା ସତ କିନ୍ତୁ ଦେଖଣାହାରୀ ଏସବୁରୁ ଦୂରେଇରହିବାକୁ ଚାହିଁଲେ। ଏହି ଘଟଣାଟି ପଙ୍କଜଙ୍କ ମନରେ ଗଭୀର ରେଖାପାତ କଲା। ଅସ୍ଥିର, ଅଥୟ ହୋଇଗଲେ ସେ।

ଏଇ କ’ଣ ଦୁନିଆ, ଯେଉଁଠି କାହା ପାଇଁ କାହାର ମୋହ ଟିକେ ନାହିଁ। ଛଟପଟ ହୋଇ ଆହତ ଲୋକମାନେ ପ୍ରାଣ ହରାଉଛନ୍ତି କିନ୍ତୁ ଅନ୍ୟମାନେ ବିପଦରେ ନ ପଡ଼ିବାକୁ ଭାବି ନୀରବଦ୍ରଷ୍ଟା ହୋଇ ସେସବୁ ଦେଖୁଛନ୍ତି। ଅନ୍ୟ କାହାଠାରୁ ବୃଥା ଆଶା କରିବା ପରିବର୍ତ୍ତେ ସେ ନିଜେ ପ୍ରଥମେ ଆଗକୁ ବଢ଼ିଲେ। ରାସ୍ତାଘାଟରେ ତାଙ୍କ ଆଖି ସାମ୍ନାରେ ଦୁର୍ଘଟଣା ହେବା ମାତ୍ରକେ ପଙ୍କଜ ଆଗପଛ ବିଚାର କଲେନି। ସଙ୍ଗେସଙ୍ଗେ ଆଶୁଚିକିତ୍ସାର ବ୍ୟବସ୍ଥା କରି ଆହତଙ୍କୁ ଡାକ୍ତରଖାନା ପହଞ୍ଚାଇଲେ। ଗଲା ୧୬ ବର୍ଷ ମଧ୍ୟରେ ୪୦୦ଜଣ ଦୁର୍ଘଟଣାଗ୍ରସ୍ତ ଆହତଙ୍କୁ ସେ ଡାକ୍ତରଖାନାରେ ପହଞ୍ଚାଇଥିବାବେଳେ ୩୦୦ଜଣଙ୍କ ଜୀବନ ରକ୍ଷା କରିପାରିଛନ୍ତି। ସାଧାରଣ ଟ୍ରକ୍ ଡ୍ରାଇଭର୍ ଜଣେ ସେ, କିନ୍ତୁ ମନ ତାଙ୍କର ଭାରି ବଡ଼। ନିଜ ରୋଜଗାରର ୨୫% ସେ ଏହି ଦୁର୍ଘଟଣାଗ୍ରସ୍ତ ଆହତଙ୍କ ସେବା ଚିକିତ୍ସାରେ ଖର୍ଚ୍ଚ କରନ୍ତି।

ରାସ୍ତାଘାଟରେ ଏହି ଅପରିଚିତ ଲୋକଙ୍କ ଦୁର୍ଘଟଣା ସମୟରେ ରକ୍ଷା କରିବାର ଦାୟିତ୍ବ ପଙ୍କଜ ପକ୍ଷେ ଏକା ସମ୍ଭାଳିବା ସହଜ କଥା ନଥିଲା। ଧୀରେଧୀରେ ସେ ଲୋକଙ୍କୁ ଏସବୁ ବାବଦରେ ଜଣାଇ ଏକ ଛୋଟ ସଙ୍ଗଠନଟେ ଗଢ଼ିଛନ୍ତି। ସଙ୍ଗଠନର ନାମ ‘ଦେବଦୂତ ସଙ୍ଗଠନ’ ରଖାଯାଇଛି। ଏ ଭିତରେ ୨୫ଜଣ ଲୋକ ସଦସ୍ୟ ହୋଇସାରିଲେଣି। ଏତେ ବର୍ଷ ମଧ୍ୟରେ ଡ୍ରାଇଭର୍ ଭାଇନାଙ୍କର ଲୋକ ସମ୍ପର୍କ ମଧ୍ୟ ବଢ଼ିଛି। ଆଜିର ସ୍ମାର୍ଟ ଯୁଗରେ ଜଗତସିଂହପୁର ବାସିନ୍ଦାଙ୍କ ପାଇଁ ସ୍ବତନ୍ତ୍ର ହ୍ବାଟସ୍‌ ଆପ୍ ଗ୍ରୁପ୍ ମଧ୍ୟ ରହିଛି। କେଉଁଠି ଛୋଟ, ବଡ଼ ଦୁର୍ଘଟଣା ହେଲା ମାତ୍ରକେ ପଙ୍କଜ କିମ୍ବା ଅନ୍ୟ ଜଣେ ସହଯୋଗୀ ଯଥା ଶୀଘ୍ର ଦୂତ ଭଳି ପହଞ୍ଚିଯାନ୍ତି।

ସତରେ ସାଧାରଣ ଡ୍ରାଇଭର୍‌ ଜଣେ, କିନ୍ତୁ ସମସ୍ତଙ୍କୁ ଏକ ସୁନ୍ଦର ଶିକ୍ଷା ଦେଇପାରିଛନ୍ତି, ‘ଏଇ ତ…ଜୀବନ…….’।

ଅସାଧାରଣ ଉଦାହରଣ ଟ୍ରକ୍ ଚାଳକ ମାନବସେବା
Shares
Write Comment
Leave a Reply Cancel reply

Your email address will not be published. Required fields are marked *

Previous Post

ବିରଜା କ୍ଷେତ୍ରର ଚାଷୀ ଝିଅ ସୁଭଦ୍ରା

Next Post

ଦେଶୀ ବିହନର ସଂଗ୍ରାମୀ ଦେବଲ୍ ଦେବ

You might also like
ramjit-sanali-digitization
ଅସାଧାରଣ

ସାନ୍ତାଳି ଭାଷାର ଡିଜିଟାଇଜେସନରେ ସମର୍ପିତ ରାମଜିତ

3 Mins read
October 22, 2024

ଭାଷା କେବଳ ଏକ ଯୋଗାଯୋଗର ମାଧ୍ୟମ ନୁହେଁ; ଏହା ସଂସ୍କୃତି, ଆବେଗ, ଏବଂ ସାମୁଦାୟିକ ଇତିହାସର ମଧ୍ୟ ବାହକ। କିନ୍ତୁ କାଳଗର୍ଭରେ ଅନେକ ପୁରାତନ ଜନଜାତିଙ୍କ ଭାଷା ଧୀରେ ଧୀରେ ବିଲୁପ୍ତ ହେବାକୁ ଲାଗିଛି, ସେଥିପାଇଁ ସେଗୁଡ଼ିକୁ ସୁରକ୍ଷିତ ରଖିବାର ଆବଶ୍ୟକତା ବଢିଛି । ଏହାର ଗୁରୁତ୍ୱକୁ ଉପଲବ୍ଧି କରିପାରି ଓଡ଼ିଶାର ମୟୂରଭଞ୍ଜ ଜିଲ୍ଲା ଗୋବିନ୍ଦପୁରର ୨୮ ବର୍ଷୀୟ ଆସିଷ୍ଟାଣ୍ଟ ରେଭେନ୍ୟୁ ଇନ୍ସପେକ୍ଟର ରାମଜିତ ଟୁଡୁ ସାନ୍ତାଳି ଭାଷାକୁ ଡିଜିଟାଲ୍ ଯୁଗରେ ମଧ୍ୟ ବଂଚାଇ ରଖିବା ପାଇଁ …

gadget
ଅସାଧାରଣ

ଉଦ୍ଭାବନ ମାଧ୍ୟମରେ ଲୋକଙ୍କୁ ସାହାଯ୍ୟ କରିବାର ସଙ୍କଳ୍ପ ନେଇଛନ୍ତି ଆଶିଷ

1 Min read
October 8, 2024

ଜୀବନଟା କେତେ ଲମ୍ବା ହେବ ତା ଆମ ହାତରେ ନାହିଁ କିନ୍ତୁ ଜୀବନଟା କେମିତି ହେବ ତା ଆମ ହାତରେ ଅଛି । ଇଶ୍ୱରଙ୍କ ସୃଷ୍ଟିରେ ନିଜକୁ ଶ୍ରେଷ୍ଠ ବୋଲାଉଥିବାଆମେ ମଣିଷମାନେ ଆଜିର ଦିନରେ ନିଜ ସ୍ୱାର୍ଥ ସାଧନରେ ଲାଗିପଡ଼ିଛନ୍ତି । କ୍ୱଚିତ୍ ଲୋକ ଅଛନ୍ତି ଯେଉଁମାନେ ନିଜସହ ମଣିଷ ସମାଜର କଥା ଭାବନ୍ତି, ଆଉନିଜର ବଳିଷ୍ଠ ଯୋଗଦାନ ମାଧ୍ୟମରେ ଅନେକଙ୍କର ଜୀବନକୁ କରିଦିଅନ୍ତି ସହଜ । ଏମିତି ଜଣେ ବିକ୍ତିତ୍ୱ ହେଲେ ଆଶିଷ ମାହାନା, ପେଷାରେ ଜଣେ ଇଂଜିନିୟର ଭାବେ କାମ କରୁଥିବା ଆଶିଷଙ୍କ ନିଶା କିନ୍ତୁ ନୂଆ ନୂଆ ଉଦ୍ଭାବନ, ଯାହା ଅନ୍ୟରଜୀବନକୁ ସହଜ କରିବାରେ ସାହାଯ୍ୟ କରିବ । ପେଶାରେ ରହି ନିଜ ଉଦ୍ଭାବନ ପାଇଁ ଉପଯୁକ୍ତ ସମୟ ଦେଇନପାରିବାରୁ ଇଂଜିନିୟରିଂରୁ ସନ୍ୟାସ ନେଲେଆଷିଶ । ତାଙ୍କଦ୍ୱାରା ନିକଟରେ ପ୍ରସ୍ତୁତ ହୋଇଥିବା ସ୍ମାର୍ଟ ଷ୍ଟିକ୍ ଦୃଷ୍ଟିହୀନ ଲୋକଙ୍କ ପାଇଁ ବରଦାନ କହିଲେ ଅତ୍ୟୁ୍‌କ୍ତି ହେବନାହିଁ । ଏହାକୁ ଏମିତି ଭାବେଡ଼ିଜାଇନ୍ କରାଯାଇଛି ଯେ ଜଣେ ଦୃଷ୍ଟିହୀନ ଲୋକ ପାଇଁ ଏହା ଗାଇଡ଼୍ ଭଳି ସହାଯ୍ୟ କରିବ ଫଳରେ ଯିବାଆସିବା ପାଇଁ ଏମାନଙ୍କ ଆଉ ଅନ୍ୟ ଉପରେ ନିର୍ଭରକରିବାକୁ ପଡ଼ିବ ନାହିଁ । ପିଲାବେଳୁ ବିଜ୍ଞାନ ପ୍ରତି ମୋର ଅହେତୁକ ଆଗ୍ରହ ଥିଲା, ତେଣୁ ମୋ ପକେଟ୍‌ରେ ସବୁବେଳେ ଗୋଟେ ଟେଷ୍ଟର ଓ ସ୍କ୍ରୁ ଡ଼୍ରାଇଭର ରଖିବାକୁ ମୁଁ ପସନ୍ଦ କରୁଥିଲି ।ମୋତେ ମିଳୁଥିବା ପକେଟ୍ ମନିରୁ ମୁଁ ମୋଟର, ଫିତା, ତାର ଭଳି ଉପକରଣ ଆଣି ନୂଆ ନୂଆ ଉଦ୍ଭାବନ ପାଇଁ ଚେଷ୍ଟା କରୁଥିଲି । କମ୍ ଖର୍ଚ୍ଚରେ ଏହାକୁ ପ୍ରସ୍ତୃତକରିବାକୁ ବିଭିନ୍ନ ସ୍ଥାନରୁ ସଗୃହିତ ପୁରୁଣା ପାର୍ଟସ୍ ଗୁଡ଼ିକ ବ୍ୟବହାର କରେ, ଅନେକ ସମୟରେ ସଫଳ ମଧ୍ୟ ହୁଏ ବୋଲି ଆଶିଷ କୁହନ୍ତି । ୪୬ ବର୍ଷ ବୟଷ୍କ ଆଶିଷ ମାହାନା  ସମ୍ବଲପୁର ଜିଲ୍ଳା, ସଲଦ୍ ପଞ୍ଚାୟତ ଅର୍ନଗତ ନୂଆ ରାମ୍ପେଲା ଗାଁର ଅଧିବାସୀ । ଅପରେସନାଲ୍ ମେନେଜମେଣ୍ଟରେ ଏମବିଏ୍  କରିବା ସହ ଟେଲି କମ୍ୟୁନିକେସନ୍‌, ଇଲେକଟ୍ରୋନିକ୍ସ, କମ୍ପୁଟର ହାର୍ଡ଼ୱେୟାର ବିଷୟ ଗୁଡ଼ିକରେ ଡ଼ିପ୍ଲୋମା ମଧ୍ୟ କରିଛନ୍ତି । ହିଣ୍ଡାଲକୋ ଇଣ୍ଡଟ୍ରିଜ୍‌ରେ ଆସିଷ୍ଟାଣ୍ଡଇଂଜିନିୟର ଭାବେ ଉତ୍ତମ ବେତନରେ ଚାକିରି କରୁଥିଲେ ହେଁ ଦୃଷ୍ଟିହୀନ ଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ତଆରି କରିବାର ନିଶା ପାଇଁ ୨୦୨୩ ରେ ଚାକିରିରୁସନ୍ୟାସ ନେଇଥିଲେ ଆଶିଷ । ଆଉ ତାପରେ ନିଜ ଉଦ୍ଭାବନା ପାଇଁ ଅବିରତ ଚେଷ୍ଟାରେ ଲାଗିପଡ଼ିଛନ୍ତି ସେ । ଆଉ ପଳସ୍ୱରୁପ ତାଙ୍କର ସ୍ୱପ୍ନର ପ୍ରକଳ୍ପ ଦୃଷ୍ଟିହୀନଲୋକଙ୍କ ପାଇଁ ସ୍ମାର୍ଟ ଷ୍ଟିକ୍ ବନେଇବାରେ ସଫଳ ହୋଇଛନ୍ତି ସେ ।   ୨୦୦୯ ମସିହାର କଥା ମୁଁ ଯେତେବେଳେ ମୋ କାମରେ ବାହାରିଥାଏ ମୁଁ ଦେଖିବାକୁ ପାଇଲି ଜଣେ ଦୃଷ୍ଟିହୀନ ବ୍ୟକ୍ତି ରାସ୍ତା ପାରିହେବାକୁ ଅନେକ ସଂଘର୍ଷକରୁଛନ୍ତି ଯାହା ମୋତେ ଆନ୍ଦୋଳିତ କରିଥିଲା, ମୁଁ ତାଙ୍କୁ ରାସ୍ତା ପାର ହେବାରେ ସାହାଯ୍ୟ କଲି ସତ କିନ୍ତୁ ଏ ଘଟଣା ପରଠୁ ଦୃଷ୍ଟିହୀନ ଲୋକଙ୍କୁ ମୁଁ କେମିତିସାହାଯ୍ୟ କରିପାରିବି ସେ ପ୍ରଚେଷ୍ଟାରେ ଲାଗିପଡ଼ିଲି । ଆଉ ଫଳସ୍ୱରୁପ ଏକ ସ୍ମାର୍ଟ ସ୍ଟିକ୍ ତିଆରି କରିବାରେ ସଫଳ ହେଲି ଯାହା ଦୃଷ୍ଟହୀନ ଲୋକଙ୍କୁ ବିନାକାହାର ସାହାଯ୍ୟରେ ରାସ୍ତାରେ ଚଳପ୍ରଚଳ କରିବାକୁ ସାହାଯ୍ୟ କରିବ । ଏଇ ସ୍ମାର୍ଟ ଷ୍ଟିକ୍ ତିଆରି କରିସାରିବା ପରେ ମୁଁ ପ୍ରଥମେ ଏହାକୁ ନିଜ ସହରର ଜଣେଦୃଷ୍ଟିହୀନ ବ୍ୟକ୍ତିଙ୍କୁ ବ୍ୟବହାର ପାଇଁ ଦେଲି ଓ ତାଙ୍କ ମତାମତ ଆଧାରରେ ଏଥିରେ ପରିବର୍ତ୍ତନ କରି ଏଥିରେ ରହୁଥିବା ତ୍ରୃଟିକୁ ସଜାଡ଼ିଲି, ଏହା ଏବେ ବ୍ୟବହାରପାଇଁ ପୁରା ପ୍ରସ୍ତୃତ ବୋଲି ଆଶିଷ କୁହନ୍ତି । ଆଶିଷ ମାହାନା ଦୃଷ୍ଟିହୀନ ବ୍ୟକ୍ତିଙ୍କ ଚଳପ୍ରଚଳକୁ ସହଜ କରିବା ପାଇଁ ଉଭୟ ଇନ୍‌ଡ଼ୋର ଓ ଆଉଟ୍ ଡ଼ୋର୍ ଡ଼ିଭାଇସ୍ ପ୍ରସ୍ତୃତ କରିଛନ୍ତି । ଆଉଟ୍‌ଡ଼ୋର୍ ପାଇଁପ୍ରସ୍ତୃତ ହୋଇଥିବା ସ୍ମାର୍ଟ ସ୍ଟିକ୍‌ଟି ଜି.ପି.ଏସ୍ ଦ୍ୱାରା ପରିଚାଳିତ ଯାହା ୫ ଫୁଟ୍ ଦୁରରୁ ଆସୁଥିବା ବାଧା ବିଷୟରେ ସୁଚନା ଦେବ ଭାଇବ୍ରେସନ୍ ମାଧ୍ୟମରେ ।ସେହିଭଳି ଇନ୍‌ଡ଼ୋର୍‌ରେ ମଧ୍ୟ ଏକ ମଲ୍ଟି ସେନ୍ସର ଡ଼ିଭାଇସ୍ ପ୍ରସ୍ତୃତ ହୋଇଛି ଯାହା ଦୃଷ୍ଟିହୀନ ବ୍ୟକ୍ତିଙ୍କ ସୁରକ୍ଷିତ ଚଳପ୍ରଚଳ ପାଇଁ ବିଶେଷ ଭାବରେ ସାହାଯ୍ୟକରିବ  ଏବଂ କବାଟ ଓ ଝରକା ଥିବା ସ୍ଥାନ ସମ୍ପର୍କରେ ସୁଚନା ଦେବ । ମାହାନାଙ୍କର ଏଇ ଉଦ୍ଭାବନ ସମ୍ବଲପୁର ଜିଲ୍ଳା ସାମାଜିକ ସୁରକ୍ଷା ଅଧିକାରୀ ରବିନ୍ଦ୍ର ସତପଥିଙ୍କ ଦୃଷ୍ଟି ଆକର୍ଷଣ କଲା ସେ ମଧ୍ୟ ଏଇ ପ୍ରଚେଷ୍ଟାକୁ ବେଶ୍ ପ୍ରଶଂସାକରିଛନ୍ତି । ଭିନ୍ନକ୍ଷମଙ୍କ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ କାର୍ଯ୍ୟାଳୟ ଏଇ ପାଇଲଟ୍ ପ୍ରକଳ୍ପକୁ ଅନୁମୋଦନ କରିଛି ଫଳରେ ଏହାକୁ ସ୍ଥାନୀୟ ବିଦ୍ୟାଳୟର୧୦ ଜଣ ଛାତ୍ରଙ୍କୁ ଏଇ ଷ୍ଟିକ୍ ପ୍ରଦାନ କରାଯାଇଛି, ଯାହାର ଫଳାଫଳ ଭଲ ଆସିଲେ ଆଗାମୀ ଦିନମାନଙ୍କରେ ଏହାର ବ୍ୟାପକ ବ୍ୟବହାର ପାଇଁ ଚିନ୍ତାକରାଯାଇପାରିବ । ରାଜ୍ୟର ପ୍ରଥମ ଦୃଷ୍ଟିହୀନ ଓଏସ୍  ଅଫିସର ସଞ୍ଜୟ ବେହେରା ଏହାକୁ ବ୍ୟବହାର କରି ଖୁସୀଥିବା କଥା ତାଙ୍କ ଟ୍ୱିଟରରେ ପ୍ରକାଶ କରିଛନ୍ତି । ପ୍ରତିଦିନ ମୁଁ ଉଦ୍ଭାବନ ଗୁଡ଼ିକର ବିକାଶ ପାଇଁ କାମକରେ, ଆଗକୁ ମୋର ଲକ୍ଷ୍ୟ ରହିଛି ପତିରକ୍ଷା,ଅନୁସନ୍ଦାନ ସଂସ୍ଥା ଡ଼ିଆରଡ଼ିଓ ସହ କାମକରିବି ଫଳରେଦେଶପାଇଁ ମୁଁ କିଛି ଯୋଗଦାନ ଦେଇପାରିବି ବୋଲି ଆଶିଷ କୁହନ୍ତି ।   ୧୯୯୨ ମସିହାରୁ ଆଶିଷ ଏପର୍ଯ୍ୟନ୍ତ ୨୦ ରୁ ଅଧିକ ଉଦ୍ଭାବନ ଯାହା ଲୋକଙ୍କ ହିତରେ ଲାଗିସାରିଛି ଓ ଏହାପାଇଁ ତାଙ୍କୁ ଅନେକଥର ସମ୍ମାନିତ ମଧ୍ୟ କରାଯାଇଛି। ଏବେ ସେ ବିଭିନ୍ନ ଅନୁଷ୍ଠାନ ମାନଙ୍କରୁ ତାଙ୍କୁ ନିମନ୍ତ୍ରଣ ଆସୁଛି ଫଳରେ ସେ ତାଙ୍କ ଉଦ୍ଭାବନ ସମ୍ପର୍କରେ ପିଲାଙ୍କୁ ସଚେତନ ମଧ୍ୟ କରୁଛନ୍ତି । ସମାଜ ପାଇଁତାଙ୍କର ଏଇ ଉଦ୍ଭାବନ ସବୁଯେ ବେଶ୍ ସହାୟକ ଏଥିରେ ସନ୍ଦେହର ଅବକାଶ ନାହିଁ । ଆଶିଷ ମାହାନାଙ୍କୁ ଆମ ତରଫରୁ ଅନେକ ଅନେକ ସାଧୁବାଦ ।  

kamala-pujari
ଅସାଧାରଣ

ଜୈବିକ କୃଷିରେ ଅବଦାନ ପାଇଁ ସର୍ବଦା ମନେ ରହିବେ କମଳା ପୂଜାରୀ

3 Mins read
July 27, 2024

୨୦ ଜୁଲାଇ ୨୦୨୪ , ୭୬ ବର୍ଷର ଘଟଣା ବହୁଳ ଜୀବନଯାତ୍ରା ସାରି କମଳା ମା’ ଚାଲିଗଲେ ଆରପାରିକୁ, କିନ୍ତୁ ପଛରେ ଛାଡି ଦେଇଯାଇଛନ୍ତି ଜୈବିକ କୃଷିକୁ ନେଇ ଭବିଷ୍ୟତ ପିଢୀ ପାଇଁ ଅଜସ୍ର ପ୍ରେରଣା । ତାଙ୍କ ଗ୍ରାମ ପାତ୍ରପୁଟ ଆଜି ନିରବି ଯାଇଛି । ତାଙ୍କ ବିୟୋଗରେ ଗ୍ରାମବାସୀ କାନ୍ଦି ଉଠିଛନ୍ତି । ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ରେ ଶେଷ ନିଶ୍ଵାସ ତ୍ୟାଗ କରିଛନ୍ତି । ବୟସାଧିକ କାରଣରୁ କିଡନୀ ଜନିତ ସମସ୍ୟା ନେଇ ଚିକିତ୍ସିତ ହେଉଥିଲେ । ଧାନ ଗବେଷଣା ଓ ସଂରକ୍ଷଣ ପାଇଁ କୋରାପୁଟ ଜିଲ୍ଲାର ଏକମାତ୍ର ଆଦିବାସୀ ମହିଳା ଭାବେ …

"I remember how my father used to take my sister a "I remember how my father used to take my sister and me to the movie hall. So, my passion for film developed from an early age. I just want to suggest that keep your motivation the same and give 100% effort whether it's a 2-minute video or a 2-hour movie."Inspiring Talks, a new series in #inspiringodisha feeling excited to share with you all the person who gave his fullest to make this breakthrough odia movie #DAMaN, a super hit.Meet the dedicated co-director and writer of DAMaN, Vishal Mourya.Tap the link above to know about his inspiring journey.https://www.youtube.com/watch?v=BPqUk4LQzPE#debiprasadlenka #damanmovie #VishalMourya #PresidentOfIndia #NarendraModi #CMOdisha #ollywoodindustry #ftii #babushanmohanty #dependrasamal
During the time of the test, one has to choose bet During the time of the test, one has to choose between running away or facing it. Puja and Ambuja faced the nadir in their life with great courage that came in disguise of covid-19, won, and were gifted with a sweet daughter. Here is the story of their benevolence and dare.click here⬇️⬇️https://inspiringodisha.com/battled-covid-to-be-a-mother/
As DAMaN (an odia featured movie) is outpacing the As DAMaN (an odia featured movie) is outpacing the state's boundary and touching everyone's heart with its fresh yet down-to-earth content, Inspiring Odisha is admirably doing some effort to focus on the brain behind it.Meet Debi Prasad Lenka, the movie director, and writer who showed the guts to experiment with something new in odia regional cinema and set an example for everyone.This new series of INSPIRING, TALKS will narrate the inspiring journey of this young director and what other aspirants can learn from his experience!Stay tuned... Tap the link.https://www.youtube.com/watch?v=_gUgr_dedKw#debiprasadlenka #damanmovie #VishalMourya #PresidentOfIndia #NarendraModi #CMOdisha #ollywoodindustry #ftii #babushanmohanty #dependrasamal #odiacinema
Blindness is not an inefficacy. This fact is prove Blindness is not an inefficacy. This fact is proven by 23-year-old Soundarya Kumar Pradhan of Boden in the Sambalpur district of Odisha over and over again in his life. This international chess player withstood each obstacle with courage and excelled both in his academics and career with shining colors.Learn more about this young talent of Odisha. Click the link below: Soundarya Pradhan Prachurya PradhanPM Narendra Modi Naveen Patnaik #vishwanathananad #sportsministryofindiaLink to the whole story: https://inspiringodisha.com/blind-chess-player-soundarya/
Tike Khusi is a way to pour happiness in the faces Tike Khusi is a way to pour happiness in the faces of people. Through the small initiative, Ranjan Kumar Patra Patra is creating a series of memory with a mere touch of surprise and happiness. And this work in return gives him immense contentment.A yoga teacher by profession and a cameraholic by passion only aim his work would able to curtail the amount of stress in the lives of people.📸#lighthousehttps://inspiringodisha.com/tike-khusi-the-gift-of-joy/
It's the story of a scientist who devoted his whol It's the story of a scientist who devoted his whole life to the conservation of the vulnerable or extinct rice genus in the Rayagada district of Odisha. His unique way of rice exchange with the farmers for retaining the rice species has replenished his collection in his rice bank. But his struggle is not over, he has to go the extra mile for reversing the vulnerable rice species.#DrDebalDebandBeyondDevelopmentality #vrihi #basudhahttps://inspiringodisha.com/on-a-trail-to-preserve.../
Follow on Instagram
A Positive Media Movement by Lighthouse
BRIGHT, BRAVE and BEAUTIFUL stories from Odisha
  • Home
  • About
  • Contact
BRIGHT, BRAVE and BEAUTIFUL stories from Odisha
  • Home
  • ବିଭାଗ
    • ସଶକ୍ତିକରଣ
    • ସଂରକ୍ଷଣ
    • ଅସାଧାରଣ
    • ପରିବେଶ
    • ଭିଡିଓ କାହାଣୀ
  • ଆମ ବିଷୟରେ ଜାଣନ୍ତୁ
  • ଯୋଗାଯୋଗ
Switch Language
  • English
  • ଓଡ଼ିଆ
Our site uses cookies. Learn more about our use of cookies: cookie policy
I accept use of cookies